ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ