ଗଣିଆ: (ମନୋଜ ମଳିକ) : ଡ଼ ରାମଚନ୍ଦ୍ର ସାମନ୍ତରାୟ ବିଜ୍ଞାନ,କଳା ଏବଂ ପ୍ରଯୁକ୍ତି ବିଦ୍ୟା ଶିକ୍ଷାନୁଷ୍ଠାନ ପରିସରରେ ନୂତନ ଭାବେ ଯୋଗଦାନ କରିଥିବା ନବତରୁଣ ବିଦ୍ୟାର୍ଥୀଙ୍କ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ “ସ୍ବୀକୃତି” ଧୁମଧାମରେ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଡ଼ିଓ ଡ଼ା ବେବିତା ମଞ୍ଜରୀ ନାୟକ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଡା ରଜତ କୁମାର ପଣ୍ଡା, ସମ୍ମାନିତ ଅତିଥି ଭାବେ ତହସିଲଦାର ପ୍ରିତିବାଳା ରଣା, ଥାନା ଅଧିକାରୀ ଲକ୍ଷ୍ମଣ ଦଣ୍ଡସେନା,ଆଦର୍ଶ ବିଦ୍ୟାଳୟର ଇଂରାଜୀ ଶିକ୍ଷକ ଝାଡେଶ୍ବର ପାଣିଗ୍ରାହୀ, ମହାବିଦ୍ୟାଳୟର ଅଧ୍ୟକ୍ଷ ମଳୟ କୁମାର ପଣ୍ଡା ପ୍ରମୁଖ ମଞ୍ଚାସୀନ ଥିଲେ । ମହାବିଦ୍ୟାଳୟ ତରଫରୁ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ନୂତନ ଛାତ୍ର ଛାତ୍ରୀ ମାନଙ୍କୁ ଫୁଲ ଚନ୍ଦନ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ପ୍ରକୃତ ଶିକ୍ଷା ସହିତ ଉତ୍ତମ ସଂସ୍କୃତି ପ୍ରଦାନ କରିବା ସାମନ୍ତରାୟ ମହାବିଦ୍ୟାଳୟର ପ୍ରଥମ ଲକ୍ଷ୍ୟ ବୋଲି ଅଧ୍ୟକ୍ଷ ମତବ୍ୟକ୍ତ କରିଥିଲେ । ଛାତ୍ର ଛାତ୍ରୀ ମାନେ ନିଜକୁ ସୁନ୍ଦର ଭାବେ ଗଢି ତୋଳିବାକୁ ହେଲେ ଶାଳିନତା, ସଂଯମତା ରକ୍ଷାକରିବା ସହିତ ସମସ୍ତଙ୍କୁ ଉତ୍ତମ ବ୍ୟବହାର ପ୍ରଦାନ କରିବା ଆବଶ୍ୟକ ବୋଲି ଅତିଥି ମାନେ ମତପ୍ରକାଶ କରିଥିଲେ । ପରିଶେଷରେ ମହାବିଦ୍ୟାଳୟର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ଓଡ଼ିଶା ଅଧ୍ୟାପକ ଜିତେନ ପାଣିଗ୍ରାହୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ସମସ୍ତ ଅଧ୍ୟାପକ ଅଧ୍ୟାପିକା ମାନେ ସହଯୋଗ କରିଥିଲେ ।
More Stories
କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାଘବ ମଲ୍ଲିକ
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ