March 16, 2026

Utkal Sambad

ଶେୟାର ବଜାର କାରବାରରେ ବୃଦ୍ଧି

ନୂଆଦିଲ୍ଲୀ: କ୍ରମାଗତ ୨ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢ଼ାଇଛନ୍ତି। ଅପରପକ୍ଷରେ ବିଏସ୍‌ଇ ସେନ୍‌ସେକ୍ସର ମିଡକ୍ୟାପ୍‌ ଓ ସ୍ମଲକ୍ୟାପ୍‌ ଶେୟାରଗୁଡିକର ଇଣ୍ଡେକ୍ସ ସହ ଏନ୍‌ଏସ୍‌ଇ ନିଫ୍ଟି ମିଡ୍‌କ୍ୟାପ,ସ୍ମଲ୍‌କ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର ସେନ୍‌ସେକ୍ସ ୧୩୩୧ (୧୩୩୦.୯୬) ପଏଣ୍ଟ ବଢ଼ି ୮୦,୪୩୭ (୮୦,୪୩୬.୮୪) ଅଙ୍କରେ କାରବାର ବନ୍ଦ ହୋଇଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍‌ ଏକ୍ସଚେଞ୍ଜ (ଏନ୍‌ଏସ୍‌ଇ)ର ନିଫ୍ଟି-୫୦ରେ ମଧ୍ୟ ୩୯୭ (୩୯୭.୪୦) ପଏଣ୍ଟ ବୃଦ୍ଧି ଘଟି ୨୪,୫୪୧(୨୪,୫୪୧.୧୫) ଅଙ୍କରେ କାରବାର ଶେଷ କରିଥିଲା।  ଏପରିକି ଶେୟାର ବଜାରର ସେକ୍ଟୋରାଲ ଇଣ୍ଡେକ୍ସ କାରବାରରେ ମଧ୍ୟ ବୃଦ୍ଧି ଘଟିଛି।