ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆସନ୍ତା ଅଗଷ୍ଟ ୫ ତାରିଖରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପୂର୍ବାହ୍ନ ୧୧ ଟାରୁ ଅଭିଯୋଗ ଶୁଣାଣି ହେବ। ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହିଦିନ ସକାଳ ୮ ଘଟିକାରୁ ୧୨ ଘଟିକା ପର୍ଯ୍ୟନ୍ତ ଉକ୍ତ ସ୍ଥାନରେ ହେବ। ଏଥିନିମନ୍ତେ ଆଗ୍ରହୀ ଜନସାଧାରଣ ଉକ୍ତ ଅଭିଯୋଗ ଶୁଣାଣି ସ୍ଥାନରେ ଉପରୋକ୍ତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ପଞ୍ଜୀକରଣ କରାଇ ଅଭିଯୋଗଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ