ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଜନଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଆସନ୍ତା ୨୩ ତାରିଖ ସୋମବାର ଦିନ ଅନୁଷ୍ଠିତ ହେବ । ଭୁବନେଶ୍ୱର ୟୁନିଟ୍-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଏହି ଅଭିଯୋଗ ଶୁଣାଣି ହେବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି । ଏଥିପାଇଁ ଅନ୍ଲାଇନ୍ ପଞ୍ଜୀକରଣ ଆସନ୍ତାକାଲି ପୂର୍ବାହ୍ଣ ୧୧ଟାରୁ ଆରମ୍ଭ ହେବ । ସର୍ବାଧିକ ହଜାରେ ଜଣ ପଞ୍ଜୀକରଣ କରିପାରିବେ । ଜନଶୁଣାଣି ପୋର୍ଟାଲ janasunani.odisha.gov.in ଏବଂ ଜନଶୁଣାଣି ମୋବାଇଲ ଆପ୍ରେ ଅଭିଯୋଗକାରୀମାନେ ପଞ୍ଜୀକରଣ କରିପାରିବେ ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ