ଭୁବନେଶ୍ବର :ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ତଥା ‘ପରାକ୍ରମ ଦିବସ’ ଅବସରରେ ଆଜି ମାନ୍ୟବର ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ଆହ୍ବାନ କ୍ରମେ ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନରେ ଆୟୋଜିତ ‘ସ୍ୱେଚ୍ଛାକୃତ ରକ୍ତଦାନ ଶିବିର’ରେ ଯୁବମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ ।
ଆଜି ଏହି ରକ୍ତ ଦାନ ଶିବିରରେ ସର୍ବମୋଟ ୧୦୫ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଏହି ଅବସରରେ ଆଜି ଭୁବନେଶ୍ୱରର ବରିଷ୍ଠ ନେତା ଶ୍ରୀ ଜଗନ୍ନାଥ ପ୍ରଧାନ ଭାଇ ଏବଂ ପୂର୍ବତନ ବିଧାୟକ ଶ୍ରୀ ପ୍ରିୟଦର୍ଶୀ ମିଶ୍ର ଭାଇନା ମଧ୍ୟ ଉପସ୍ଥିତ ଥିଲେ ।
ନିଜେ ମାନ୍ୟବର ମନ୍ତ୍ରୀ ଉପସ୍ଥିତ ରହି ସମସ୍ତ ରକ୍ତଦାତାଙ୍କୁ ଉତ୍ସାହିତ କରିବା ସହ ଏକ ଐତିହାସିକ ଉପକ୍ରମ କରିଛନ୍ତି।
More Stories
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା
ଗୋପବନ୍ଧୁ ସ୍ମାରକୀ ବକ୍ତୃତା ପ୍ରତିଯୋଗିତା