ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ ଜ଼ିଲ୍ଲା ଗଣିଆରେ ଥିବା କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ନବୋଦୟ ପ୍ରବେଶିକା ପରୀକ୍ଷା ଶନିବାର ଦିନ ଅନୁଷ୍ଠିତ ହୋଇ ଯାଇଛି । ଗଣିଆ ବ୍ଲକ ର ୧୯୭ ଜଣ ପରୀକ୍ଷର୍ଥୀ ପୂର୍ବରୁ ଆବେଦନ କରିଥିବା ବେଳେ ୧୯୧ ଜଣ ପରିକ୍ଷା ଦେଇଛନ୍ତି ବୋଲି ଜଣାଇଥିଲେ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ରାଉତରାୟ । ଶ୍ରୀ ରାଉତରାୟ ପରୀକ୍ଷା କେନ୍ଦ୍ର ରେ ଉପସ୍ଥିତ ରହି ସୁଚାରୁ ରୂପେ ସମ୍ପାଦନ କରିଥିବା ବେଳେ କିଶୋର ଚନ୍ଦ୍ର ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ନିହାର ବାଳା ରାଉତ ଏବଂ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ମାନେ ସହଯୋଗ କରିଥିଲେ|

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ