ଭୁବନେଶ୍ୱର: ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଲଘୁଚାପ ପ୍ରଭାବରେ ଶନିବାର ମୟୁରଭଞ୍ଜ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲାପାଳ ଶନିବାର ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ତେବେ ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଏହାର ପ୍ରଭାବରେ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।ଘୁର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣପୂର୍ବ ବାଂଲାଦେଶ ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପଶ୍ଚିମ-ଉତ୍ତର ଦିଗରୁ ଦକ୍ଷିଣ-ଉତ୍ତର-ଦକ୍ଷିଣ ଦିଗରେ ଅଗ୍ରସର ହେବା ସହିତ ଅବପାତରେ ପରିଣତ ହୋଇ ଶୁକ୍ରବାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳକୁ ଛୁଇଁବ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ