ଭୁବନେଶ୍ୱର: ସୁଜିତ କୁମାର ବିଜେଡି ଛାଡ଼ି ଭାଜପାରେ ଯୋଗ ଦେବା ପ୍ରସଙ୍ଗରେ ବିଜେପି ବିଧାୟକ ବାବୁ ସିଂ ଏହାକୁ ନେଇ କହିଛନ୍ତି ଶୁଆ ଶାରୀ ଉପାଖ୍ୟାନ । ବିଜେଡିର ନାଁ ନ ନେଇ ବାବୁ ସିଂ କହିଛନ୍ତି, କେଉଁଠି ସେମାନେ ଯଦି ଭାବୁଛନ୍ତି ଶୁଆଶାରୀ ଭଳି ପିଞ୍ଜରା ଭିତରେ ବାନ୍ଧିକି ରଖିବେ ସେଭଳି ହୋଇପାରିବ ନାହିଁ । ଆମେ କାହା ଘର ଭାଙ୍ଗିବାକୁ ଚେଷ୍ଟା କରୁନାହିଁ । ହେଲେ ଯେଉଁମାନେ ଆସିବେ ସେମାନଙ୍କୁ ସୱାଗତ କରିବୁ ବୋଲି କହିଛନ୍ତି ବାବୁ ସିଂ । ସୁଜିତ ଶୁକ୍ରବାର ବିଜେପିରେ ଯୋଗ ଦେଇଥିଲେ। ସୁଜିତ୍ କୁମାର ୨୦୨୦ ଏପ୍ରିଲ ୩ରେ ରାଜ୍ୟ ସଭାକୁ ଯାଇଥିଲେ। ୨ଏପ୍ରିଲ ୨୦୨୬ରେ ତାଙ୍କ କାର୍ଯ୍ୟକାଳ ସରୁଛି। ରାଜ୍ୟ ସଭାରେ ବିଜେଡିର ୯ ଜଣ ଏମ୍ପି ଥିଲେ। ପ୍ରଥମେ ମମତା ଏବଂ ଏବେ ସୁଜିତ୍ ଛାଡ଼ିବା ପରେ ଏହି ସଂଖ୍ୟା ୭ରେ ପହଞ୍ଚିଛି। ସୂଚନାଯୋଗ୍ୟ ଲୋକସଭାରେ ବିଜେଡିର କୌଣସି ସଦସ୍ୟ ନାହାନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ