June 26, 2025

Utkal Sambad

ବିଦ୍ୟାଳୟର ବାର୍ଷିକ କ୍ରିଡ଼ା ଉତ୍ସବ ଅନୁଷ୍ଠିତ

ଗଣିଆ – (ମନୋରଞ୍ଜନ ମଳିକ )-ଗଣିଆ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରିଡ଼ା ଉତ୍ସବ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷୟତ୍ରୀ ତଥା କାର୍ଯ୍ୟକ୍ରମର ସଭାପତି ନିହାର ବାଳା ରାଉତଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଜିଲ୍ଲା ଶାରିରୀକ କ୍ରିଡ଼ା ଅଧିକାରୀ ଅନିଲ କୁମାର ଦାଶ, ସମ୍ମାନିତ ଅତିଥି ଭାବେ ବିଡ଼ିଓ ସାଗର କୁମାର ନନ୍ଦ,ବ୍ଳକ ଶିକ୍ଷା ଅଧିକାରୀ ରବିନ୍ଦ୍ରନାଥ ରାଉତରାୟ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସମୀର କୁମାର ସାହୁ,ପଞ୍ଚସଖା ଶିକ୍ଷା ସେତୁ ସଂଗଠନର ସଭାପତି ଦେବାନନ୍ଦ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ । ବିଦ୍ୟାଳୟ ତରଫରୁ ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଏବଂ ଉତ୍ତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । କ୍ରିଡ଼ା ହେଉଛି ଶିକ୍ଷାର ଏକ ଅଙ୍ଗ । ଛାତ୍ର ଛାତ୍ରୀ ମାନେ ଶିକ୍ଷା ସହିତ ନିଜର ପ୍ରତିଭାକୁ ବିକଶିତ କରିବା ତଥା ଆଗକୁ ନେବାକୁ ଚେଷ୍ଟା ଜାରି ରଖିବା ଉଚିତ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଭଲ କ୍ରିଡାବିତ ହୋଇ ଜିଲ୍ଲା ତଥା ରାଜ୍ୟର ନାଁ ରଖିବାକୁ ମୁଖ୍ୟ ବକ୍ତା ପରାମର୍ଶ ଦେଇଥିଲେ । ବିଦ୍ୟାଳୟ ପରିସରରେ ବିଭିନ୍ନ କ୍ରିଡା ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରାଯାଇଥିଲା । ଛାତ୍ର ଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଏହି କାର୍ଯ୍ୟକ୍ରମରେ ସଂପୂର୍ଣ୍ଣ ସହଯୋଗ କରିଥିଲେ,