ଭୁବନେଶ୍ୱର: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ପର୍ବତାରୋହୀ ବିଭାରାଣୀ ପାତ୍ର ଶୂୁକ୍ରବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟଛନ୍ତି। ତାଙ୍କର ଆଗାମୀ ପର୍ବତାରୋହଣ ଅଭିଯାନ ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି। ଆଗାମୀ ଅଗଷ୍ଟ ୬ ତାରିଖରେ ସେ ରୁଷିଆ ଓ ୟୁରୋପର ଉଚ୍ଚତ୍ତମ ଶୃଙ୍ଗ ମାଉଣ୍ଟ ଏଲବ୍ରସ ଆରୋହଣ ପାଇଁ ଅଭିଯାନ ଆରମ୍ଭ କରୁଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିଭାଙ୍କୁ ଫୁଲତୋଡା ଦେଇ ଶୁଭେଚ୍ଛା ଜଣାଇବା ସହିତ ସଫଳ ଆରୋହଣ ପାଇଁ ଆଶୀର୍ବାଦ କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ତୁମର ସାହସିକ କାର୍ଯ୍ୟ ଆମ ଯୁବ ସମାଜ ପାଇଁ ଏକ ବଡ ପ୍ରେରଣା। ସଫଳତାର ସହ ୟୁରୋପ ଓ ରୁଷିଆର ଉଚ୍ଚତ୍ତମ ଶୃଙ୍ଗ ଆରୋହଣ କରି ତୁମେ ନିଜ ପାଇଁ ଓ ସାରା ରାଜ୍ୟ ପାଇଁ ନିଶ୍ଚୟ ସୁନାମ ଆଣିବ ବୋଲି ଶୁଭକାମନା ଜଣାଇଥିଲେ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ