March 18, 2026

Utkal Sambad

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ ପରିଡ଼ା ତାଙ୍କୁ ଭେଟିଛନ୍ତି। ଭୁବନେଶ୍ବର ଡିସିପିଙ୍କ ସହ ମଧ୍ୟ ଆଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ମାତ୍ର ଗଣମାଧ୍ୟମକୁ ଏ ନେଇ କୌଣସି ପ୍ରତିକ୍ରିୟା ଦେଇନାହାନ୍ତି ଡିସିପି।ଶିଖ୍ ରେଜିମେଣ୍ଟର ଭାରତୀୟ ସେନା ଅଧିକାରୀ ମେଜର ଗୁରୁବଂଶଙ୍କ ସିଂ ଏବଂ ତାଙ୍କ ବାନ୍ଧବୀଙ୍କୁ ଭରତପୁର ଥାନାରେ ଅପବ୍ୟବହାର ସହିତ ମାଡ଼ ମାରିବା ଘଟଣାରେ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ୱାୟୀ.ବି ଖୁରାନିଆଙ୍କୁ ଚିଠି ଲେଖି ରିପୋର୍ଟ ମାଗିଛନ୍ତି ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ)।