କେନ୍ଦୁଝର: କେନ୍ଦୁଝର ଏମ୍ପି ଅନନ୍ତ ନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ କମିଟି ବୈଠକରେ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳମାର୍ଗ ପ୍ରକଳ୍ପକୁ ଅନୁମୋଦନ କରାଯାଇଥିବାରୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ଦୀର୍ଘଦିନରୁ କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଲୋକଙ୍କ ଦ୍ୱାରା କରାଯାଇଥିବା ଏହି ଦାବିକୁ ପୂରଣ କରାଯାଇଛି। କ୍ୟାବିନେଟ୍ ଅନୁମୋଦନ ପରେ ଏହି ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ ହେବ ଓ ଉଭୟ ଜିଲାକୁ ଏହାର ଲାଭ ମିଳିବ ବୋଲି ନାୟକ ତାଙ୍କର ପ୍ରତକ୍ରିୟାରେ କହିଛନ୍ତି। କିଛିଦିନ ପୂର୍ବରୁ ଶ୍ରୀ ନାୟକ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ଏହି ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଅନୁରୋଧ କରିଥିଲେ।
More Stories
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା