ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଭିତରେ ସୁଡ଼ଙ୍ଗ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ। ରତ୍ନଭଣ୍ଡାରରେ ସୁଡ଼ଙ୍ଗ ଅଛି କି ନାହିଁ ସର୍ଭେ ହେବ ବୋଲି ସୋମବାର ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି। ସେ କହିଛନ୍ତି, ରତ୍ନଭଣ୍ଡାର ମାଟିତଳେ କିମ୍ବା କାନ୍ଥ ଭିତରେ କିଛି ଅଛି କି ନାହିଁ ସେ ନେଇ ସର୍ଭେ ହେବ। ପ୍ରାଥମିକ ପ୍ରକ୍ରିୟାରେ ପ୍ରଥମେ ରତ୍ନଭଣ୍ଡାର ମରାମତି କରାଯିବ। ମରାମତି ପରେ ଗଣତି ମଣତି ପ୍ରକ୍ରିୟା ଆରମ୍ଭ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ୧୯୭୮ ମସିହା ଡାଟାବେସ ଅନୁଯାୟୀ ଅଳଙ୍କାର ମେଳ କରାଯିବ। ପୂର୍ବରୁ ତ୍ନଭଣ୍ଡାର ଭିତରେ ଏକ ସୁଡ଼ଙ୍ଗ ରହିଛି ବୋଲି କୁହାଯାଉଥିଲା

More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ