ଭୁବନେଶ଼୍ବର: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସିଖବର । ଏଣିକି ରାସନକାର୍ଡରେ ପୂର୍ବଭଳି ମିଳୁଥିବା ଗହମ ପୁଣିଥରେ ଚଉଳ ସହ ମିଳିବ ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଛନ୍ତି । ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ ମନ୍ତ୍ରୀ ଦାବି କରିଛନ୍ତି। ଲୋକଙ୍କ ଗହମ ଚାହିଦାକୁ ଦୃଷ୍ଟିରେ ରଖି ଏହି ଦାବି କରାଯାଇଛି ବୋଲି ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ବିଜେଡି ସରକରା ଗହମକୁ ବନ୍ଦ କରି କେବଳ ଚାଉଳ ଯୋଗାଉଥିଲେ ବୋଲି ସେ ପ୍ରତିକ୍ରିୟାରେ କହିବା ସହ ପୁଣିଥରେ ପୂର୍ବଭଳି ହିତାଧିକାରୀଙ୍କୁ ଚାଉଳ ସହ ଗହମ ଯୋଗାଇ ଦିଆଯିବ ବୋଲି ସେ ସୂଚନା ଦେଇଛନ୍ତି ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ