ପୁରୀ: ଏଣିକି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କୁ ମାଗଣା ମହାପ୍ରସାଦ ମିଳିବ। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏ ନେଇ ବୟାନ ରଖିଛନ୍ତି। ଭକ୍ତଙ୍କୁ ମାଗଣା ଅବଢ଼ା ଦେବାକୁ ବ୍ୟବସ୍ଥା କରାଯାଉଛି। ଏ ସଂପର୍କରେ ରାଜ୍ୟ ସରକାର ଏକ ରୂପରେଖ ପ୍ରସ୍ତୁତ କରୁଛନ୍ତି। ତା’ସହ ଆହୁରି କହିଛନ୍ତି, ପୁରୀରେ ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ଏକ ବ୍ୟାଖ୍ୟାନ କେନ୍ଦ୍ର ଖୋଲାଯିବ। ଯେଉଁଠି ଜଗନ୍ନାଥ ମନ୍ଦିରର ସମ୍ପୂର୍ଣ୍ଣ ନୀତିକାନ୍ତି,ବ୍ୟବସ୍ଥାବଳୀ ଓ ଜଗନ୍ନାଥ ସଂସ୍କୃତି ବିଷୟରେ ଭକ୍ତଙ୍କୁ ତଥ୍ୟ ଦିଆଯିବ। ପ୍ରତିଦିନ ପ୍ରାୟ ଏକରୁ ଦେଢ଼ ଲକ୍ଷ ଭକ୍ତ ଶ୍ରୀମନ୍ଦିର ଆସୁଛନ୍ତି, ସମସ୍ତଙ୍କୁ ମାଗଣା ମହାପ୍ରସାଦ ଦେବାକୁ ଚେଷ୍ଟା ଚାଲିଥିବା ଆଇନମନ୍ତ୍ରୀ କହିଛନ୍ତି।ତେବେ କେବଠୁ ଓ କେମିତି ଦିଆଯିବ ମହାପ୍ରସାଦ, ସେନେଇ ଆଇନ ମନ୍ତ୍ରୀ ସ୍ପଷ୍ଟ କରିନାହାଁନ୍ତି।ସେ କହିଛନ୍ତି,

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ