ସମ୍ବଲପୁର: ଆସନ୍ତା ୮ରେ ମା’ ସମଲେଶ୍ଵରୀଙ୍କ ନିକଟରେ ଲାଗି ହେବ ନବାନ୍ନ। ମଙ୍ଗଳବାର ଅପରାହ୍ନ ୪ ଟା ସମୟରେ ଶ୍ରୀ ଶ୍ରୀ ବ୍ରହ୍ମ ପଣ୍ଡିତ ମହାସଭାରେ ଏଥିପାଇଁ ଲଗ୍ନ ନିର୍ଦ୍ଧାରଣ ହୋଇଛି। ସ୍ଥାନୀୟ ବ୍ରହ୍ମପୁରା ମନ୍ଦିରରେ ଅନୁଷ୍ଠିତ ବ୍ରହ୍ମ ପଣ୍ଡିତ ମହାସଭାର ପଣ୍ଡିତ ଓ ବିଦ୍ବାନଙ୍କ ଏକ ବୈଠକରେ ବିଷ୍ଣୁସହସ୍ର ନାମ ପାଠ ପରେ ଆସନ୍ତା ସେପ୍ଟେମ୍ବର ୮ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ରବିବାର ପୂର୍ବାହ୍ନ ୯ଟା ୧୨ ମିନିଟ୍ ରୁ ୯ ଟା ୨୭ ମଧ୍ୟରେ ତୁଳା ଲଗ୍ନରେ ସମ୍ବଲପୁରର ଆରାଦ୍ଧ୍ଯ ଦେବୀ ମାଁ ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗି ପାଇଁ ଦିନ ଓ ସମୟ ଧାର୍ଯ୍ଯ ହୋଇଛି।ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟବୋର୍ଡ ତରଫରୁ ନୂଆଖାଇ ଲଗ୍ନ ସମ୍ପର୍କରେ ସୂଚନା ଦିଆଯାଇଛି। ପରମ୍ପରାନୁଯାୟୀ ଜନ୍ମାଷ୍ଟମୀ ପରଦିନ ନନ୍ଦଉତ୍ସବ ଆବସରରେ ନୂଆଖାଇ ଲାଗି ଲଗ୍ନ ବାହାରିବା ପରେ ଲଗ୍ନ ପତ୍ରକୁ ବ୍ରହ୍ମପୁରା ମନ୍ଦିର ପୂଜକ ଓ ଟ୍ରଷ୍ଟ ସଭ୍ୟମାନେ ମାଁ ସମଲେଶ୍ୱରୀଙ୍କ ଠାରେ ଅର୍ପଣ କରିଛନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ