ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ଆଜି ହୀରାକୁଦ ଡ୍ୟାମର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ୍ୟାମ ମଧ୍ୟକୁ ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ, ଗତକାଲି ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଛନକା ପଶିଗଲାଣି।
More Stories
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା