ଭୁବନେଶ୍ୱର: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ପଶ୍ଚିମ- ଉତ୍ତରପଶ୍ଚିମକୁ ମୁହାଁଇ କାଲି ସୁଦ୍ଧା ସୁଦୃଶ୍ୟ ଲଘୁଚାପ ସଷ୍ଟି ହେବ। ପରେ ଏହା ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳକୁ ଗତି କରିବ। ତେବେ ଦୁଇ ଦିନରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡା, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଜିଲା ରହିଛି।ଅନ୍ୟପଟେ ଆଜି ୪ଟି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି । ସେହି ଜିଲାଗୁଡିକ ହେଲା-ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡା । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ଟି ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ