ଭୁବନେଶ୍ୱର: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୦ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍ ମାସ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୧୨ ପ୍ରତିଶତ କମ୍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୧୨ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ