ଭୁବନେଶ୍ୱର: ଚଳିତ ବର୍ଷ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ ଅବସରରେ ୦୯.୦୯.୨୦୨୪ ରିଖ (ସୋମବାର) ଦିନ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟଗୁଡ଼ିକ ଛୁଟି ଘୋଷଣା କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ନୂଆଖାଇ ଏକ ଗଣପର୍ବ । ଧାନ ଅମଳର ଖୁସିରେ ଚାଷୀମାନେ ଏହାକୁ ପାଳନ କରିଥାନ୍ତି । ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ । ଏହି ସମୟରେ ଚାଷୀ ଜମିରେ ବେଉଷଣ କାର୍ଯ୍ୟ ଆରମ୍ଭ କରିଥାଏ ପରେ ସହଳ ଆମଳକ୍ଷମ ଧାନ ଗର୍ଭଧାରଣ କରି କେଣ୍ଡା ପକେଇବାର କାର୍ଯ୍ୟ କରିଥାଏ । ଚାଷୀ ପ୍ରଥମକରି ଆମଳକ୍ଷମ ଧାନକୁ ଇଷ୍ଟଦେବୀଙ୍କଠାରେ ସମର୍ପଣ କରିବା ହିଁ ନବାନ୍ନ ଭକ୍ଷଣ । ଏହାକୁ ପଶ୍ଚିମ ଓଡ଼ିଶାର ଆଞ୍ଚଳିକ ଭାଷାରେ ନୂଆଁଖାଇ କୁହାଯାଏ । ନୂଆଖାଇ ପାଳନ ନିମନ୍ତେ ଆଗରୁ “ଲଗନ” ବା “ତିଥି” ନିର୍ଣ୍ଣୟ କରି ପୂଜା ଆଦି ସହ ଆରିସା ପିଠା ଭୋଗ କରାଯାଇଥାଏ ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ