ଭୁବନେଶ୍ୱର: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ। ତେବେ ସତର୍କ ରହିବାକୁ ଜିଲା ପ୍ରଶାସନକୁ ଏସ୍ଆରସି ନିର୍ଦ୍ଦେଶ ଦେଇଛନ୍ତି। ଆଜି ହୀରାକୁଦ ଡ୍ୟାମର ଜଳ ପତ୍ତନ ୬୧୮ ଫୁଟ ରହିଛି । ଏବେ ଡ୍ୟାମ ମଧ୍ୟକୁ ସେକେଣ୍ଡକୁ ୨ ଲକ୍ଷ ୫୭ ହଜାର ୫୫ ଘନଫୁଟ ଜଳ ପ୍ରବେଶ କରୁଥିବା ବେଳେ ୩ ଲକ୍ଷ ୪୭ ହଜାର ୬୨୮ ଘନଫୁଟ ଜଳ ନିଷ୍କାସିତ ହେଉଛି । ଅନ୍ୟପଟେ, ଗତକାଲି ହୀରାକୁଦ ଡ୍ୟାମର ୨୦ଟି ଗେଟ୍ ଖୋଲାଯିବା ପରେ ମହାନଦୀ ଜଳସ୍ତର ବଢୁଛି। କଟକ ମୁଣ୍ଡଳୀରେ ମହାନଦୀରେ ଜଳସ୍ତର କ୍ରମଗାତ ବୃଦ୍ଧି ପାଇବାକୁ ଲାଗିଥିବା ବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଛନକା ପଶିଗଲାଣି।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ