ଭୁବନେଶ୍ବର: ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ । ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ନୂଆ ପିସିସି ମୁଖିଆ ଭାବେ ନିଯୁକ୍ତ କରିଛି ଏଆଇସିସି । ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପ୍ରେସ ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି । ତେବେ ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ, କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ ହାଇକମାଣ୍ଡ । ଏହାପରେ ପିସିସି ସଭାପତି ପଦରୁ ହଟିଥିଲେ ଶରତ ପଟ୍ଟନାୟକ । ଏହାପରେ ଦୀର୍ଘ ଦିନ ବିତିଯାଇଥିଲେ ବି, କଂଗ୍ରେସ ନିଜର ମୁଖିଆ ବାଛିପାରିନଥିଲା । ଖାସ୍ କରି କିଏ କଂଗ୍ରେସର ନୂଆ ଓଡ଼ିଶା ମୁଖିଆ ହେବ, ତାକୁ ନେଇ ଚର୍ଚ୍ଚା ବଢିଥିଲା। ଆଉ ଏହାରି ଭିତରେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି କଂଗ୍ରେସର ହାଇକମାଣ୍ଡ ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ