ଭୁବନେଶ୍ବର: ରାଜ୍ୟ କଂଗ୍ରେସକୁ ମିଳିଲା ନୂଆ ମୁଖିଆ । ବରିଷ୍ଠ କଂଗ୍ରେସ ନେତା ଭକ୍ତଚରଣ ଦାସଙ୍କୁ ନୂଆ ପିସିସି ମୁଖିଆ ଭାବେ ନିଯୁକ୍ତ କରିଛି ଏଆଇସିସି । ଏଆଇସିସି ସାଧାରଣ ସମ୍ପାଦକ କେସି ବେଣୁଗୋପାଳ ପ୍ରେସ ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି । ତେବେ ୨୦୨୪ ସାଧାରଣ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ, କଂଗ୍ରେସର ସମସ୍ତ କମିଟିକୁ ଭାଙ୍ଗି ଦେଇଥିଲେ ହାଇକମାଣ୍ଡ । ଏହାପରେ ପିସିସି ସଭାପତି ପଦରୁ ହଟିଥିଲେ ଶରତ ପଟ୍ଟନାୟକ । ଏହାପରେ ଦୀର୍ଘ ଦିନ ବିତିଯାଇଥିଲେ ବି, କଂଗ୍ରେସ ନିଜର ମୁଖିଆ ବାଛିପାରିନଥିଲା । ଖାସ୍ କରି କିଏ କଂଗ୍ରେସର ନୂଆ ଓଡ଼ିଶା ମୁଖିଆ ହେବ, ତାକୁ ନେଇ ଚର୍ଚ୍ଚା ବଢିଥିଲା। ଆଉ ଏହାରି ଭିତରେ ବରିଷ୍ଠ କଂଗ୍ରେସ ନେତା ଭକ୍ତ ଦାସଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି କଂଗ୍ରେସର ହାଇକମାଣ୍ଡ ।
More Stories
ଜଗନ୍ନାଥଙ୍କ ନବଯୌବନ ଦର୍ଶନ
ରଘୁନାଥ ମନ୍ଦିରରେ ଗଣିଆ ବିଜେଡି ତରଫରୁ ସମୂହ ଦୀପ ଦାନ
ତ୍ରିନାଥ ଜୀଉ ଙ୍କ ୨୨ତମ ବାର୍ଷିକ ଉତ୍ସବ ଓ ନୂତନ ବିଗ୍ରହ ପ୍ରତିଷ୍ଠା