ଭୁବନେଶ୍ୱର:ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଆକଳନ କରାଯାଉଛି । ବର୍ଷା ପାଇଁ ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।
ଅନ୍ୟପକ୍ଷେ ରାଜ୍ୟରେ ଶନିବାରଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ପୁଣି ୬ ତାରିଖରୁ ବର୍ଷାର ପରିମାଣ ବଢିବ। ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବ । ପୁଣି ବିଭିନ୍ନ ନଦୀର ଜଳସ୍ତର ଫୁଲିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ