March 18, 2026

Utkal Sambad

ଆସୁଛି ବଡ଼ ଲଘୁଚାପ, ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର: ମୌସୁମୀ ସକ୍ରିୟ ହୋଇଥିବା ବେଳେ ବାରମ୍ବାର ଲଘୁଚାପ ସୃଷ୍ଟି ହେଉଛି। ଗୋଟିଏର ପ୍ରଭାବ ସରିନି, ଆସିଲାଣି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପରେ ବୁଧବାର ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଗାଙ୍ଗେୟ ପଶ୍ଚିମବଙ୍ଗ ସଂଲଗ୍ନ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ନିକଟ ସମୁଦ୍ରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି। ଏହି ଜିଲାଗୁଡ଼ିକ ହେଲା ବରଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କୋରାପୁଟ ଏବଂ ନବରଙ୍ଗପୁର। ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି।