ଗଣିଆ -(ମନୋରଞ୍ଜନ ମଳିକ )-ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ ବେଠିଆସାହି ଓ ୱାଲିପୁର ଠାରେ ବାତ୍ୟା ଆଶ୍ରୟସ୍ଥଳୀ ପରିସରରେ ଆଶ୍ରୟସ୍ଥଳୀ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଅଗ୍ନିଶମ ଅଧିକାରୀ ବିଜୟାନନ୍ଦ ପରିଡ଼ା , ଅତିରିକ୍ତ ବିଡିଓ ରତନଲାଲ ଲୋହରା , ଛାମୁଣ୍ଡିଆ ସରପଞ୍ଚ ଦିପ୍ତିରେଖା ସେନାପତି , କାର୍ଯ୍ୟନିର୍ବାହୀ ଅଧିକାରୀ ମଳୟ କୁମାର ପଟ୍ଟନାୟକ ପ୍ରମୁଖ ମଞ୍ଚାଷିନ ଥିଲେ । ଉପସ୍ଥିତ ଜନସାଧାରଣଙ୍କୁ ପ୍ରାକୃତିକ ବିପର୍ଯ୍ୟୟ ସମୟରେ କିଭଳି ମୁକାବିଲା କରାଯିବ ସେ ସମ୍ପର୍କରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ବନ୍ୟା,ବାତ୍ୟା ସମୟରେ ପ୍ରଭାବିତ ଲୋକଙ୍କୁ କିଭଳି ଉଦ୍ଧାର କରାଯିବ ତାର ମକଡ୍ରିଲ୍ କରିଥିଲେ ଅଗ୍ନିଶମ ଅଧିକାରୀ ଏବଂ କର୍ମଚାରୀ । ବନ୍ୟା ସମୟରେ କଚ୍ଚା ଘରେ ନ ରହି ପକ୍କାଘରେ , ଉଚ୍ଚାସ୍ଥାନ କିମ୍ବା ଆଶ୍ରୟ ସ୍ଥଳୀରେ ଆଶ୍ରୟ ନେବାକୁ ଅତିରିକ୍ତ ବିଡିଓ ପରାମର୍ଶ ଦେଇଥିଲେ । ବିଭାଗୀୟ ଅଧିକାରୀ ମାନେ ସତର୍କ ରହି ଜନସାଧାରଣଙ୍କୁ ସହଯୋଗ କରିବାକୁ ପରାମର୍ଶ ଦେଇଥିଲେ । ଏଠାରେ ସୂଚନା ଯୋଗ୍ୟ ଯେ ଗଣିଆ ରେ ବନ୍ୟା ସମୟରେ ୫ ଗୋଟି ପଞ୍ଚାୟତର ହଜାର ହଜାର ଲୋକ ପାଣିଘେରରେ ରହୁଛନ୍ତି ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ