କଟକ: ଅତିଜରୁରୀ ନ ଥିଲେ କେହି ଏସ୍ସିବି ମେଡିକାଲ ଆସନ୍ତୁ ନାହିଁ ବୋଲି ଅଧୀକ୍ଷକ ପରାମର୍ଶ ଦେଇଛନ୍ତି। ଡାକ୍ତରମାନଙ୍କ ଆନ୍ଦୋଳନକୁ ନେଇ ଅଧୀକ୍ଷକ ଏପରି କହିଛନ୍ତି। ସେ କହିଛନ୍ତି, ରୋଗୀ ସେବା ବ୍ୟାହତ ହୋଇନି, ଆଗକୁ କହି ହେବନି। ସମସ୍ତ ଫ୍ୟାକଲ୍ଟିଙ୍କ ଛୁଟି ବାତିଲ କରାଯାଇଛି। ତେଣୁ ଅତି ଜରୁରୀ ନ ଥିଲେ ଏସ୍ସିବି ନ ଆସିବାକୁ ସେ ପରାମର୍ଶ ଦେଇଛନ୍ତି। ଅନ୍ୟପକ୍ଷରେ ଆସନ୍ତାକାଲିର ଡାକ୍ତର ଆନ୍ଦୋଳନକୁ ନେଇ ଡିଏମ୍ଇଟି ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ସରକାରୀ ଚାକିରିରେ ଥିବା ଡାକ୍ତର ଆନ୍ଦୋଳନ କରିବେନି। ମେଡିକାଲ କଲେଜର ଜୁନିୟର ଡାକ୍ତର ଓ ହାଉସ ସର୍ଜନ ଆନ୍ଦୋଳନ କରିବେ। କେତେଦିନ ସେମାନେ ଆନ୍ଦୋଳନ କରିବେ ତାହା ସ୍ପଷ୍ଟ କରିନାହାନ୍ତି।ଜରୁରିକାଳୀନ କାମ ସମସ୍ତେ କରିବେ, ସେବା ନିଶ୍ଚିତ ପ୍ରଭାବିତ ହେବ। ସିନିୟର ଡାକ୍ତର ଉଭୟ ଆଉଟଡୋର ଓ ଇନଡୋର ସେବା କରିବେ। ବର୍ତ୍ତମାନ ଇଏସ୍ଏମ୍ଏ ଲାଗୁ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି ସେ କହିଛନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ