October 11, 2025

Utkal Sambad

ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର: ରାଜ୍ୟ ସଭା ପାଇଁ ସ୍ୱାଧୀନ ପ୍ରାର୍ଥୀଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ।ଗତ ସାଧାରଣ ନିର୍ବାଚନରେ ଜଗନ୍ନାଥ ଭୁବନେଶ୍ୱର ମଧ୍ୟ ଆସନରୁ ଭାଜପାର ପ୍ରାର୍ଥୀ ଥିଲେ। ତେବେ ମାତ୍ର 37 ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ। ତେବେ ରାଜ୍ୟରେ ଭାଜପାର ବିଧାୟକ ସଂଖ୍ୟାକୁ ଦୃଷ୍ଟି ଦେଲେ ପାଖରେ ଆବଶ୍ୟକ ସଦସ୍ୟ ରହିଥିବାରୁ ମମତା ମହାନ୍ତ ରାଜ୍ୟସଭାକୁ ଯିବା ଏକପ୍ରକାର ନିଶ୍ଚିତ। କିନ୍ତୁ ଆବଶ୍ୟକତା ପଡ଼ିଲେ ସେପ୍ଟେମ୍ବର ୩ରେ ରାଜ୍ୟସଭା ଉପନିର୍ବାଚନ ହୋଇପାରେ। ଏହିଦିନ ସନ୍ଧ୍ୟା ୫ଟାରେ ଭୋଟ ଗଣତି କରାଯାଇ ନିର୍ବାଚନ ଫଳାଫଳ ଘୋଷଣା କରାଯିବ। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ, ପ୍ରଭାରୀ ବିଜୟ ସିଂ ତୋମରଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଥିଲେ। ମମତାଙ୍କ ନାମାଙ୍କନ ଦାଖଲ କରିବାର କିଛି ସମୟ ପରେ ଜଗନ୍ନାଥ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ କରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି।