ଜିଓର ଇନହାଉସ୍ ୫ଜି ପ୍ରଯୁକ୍ତି ବିଶ୍ୱର ସର୍ବୋତ୍ତମ ପ୍ରଯୁକ୍ତି ମଧ୍ୟରୁ ଅନ୍ୟତମ: ଅମ୍ବାନୀ ରିଲାଏନ୍ସ ଏକ ଡିପ୍ ଟେକ ଏବଂ ଆଡ଼ଭାନ୍ସଡ଼ ମାନୁଫାକଚରିଂ କମ୍ପାନୀ ହେବାକୁ ଯାଉଛି ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଏବଂ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କହିଛନ୍ତି ଯେ ଟେଲିକମ୍ କ୍ଷେତ୍ରର ଜିଓରେ ବିପୁଳ ନିବେଶ କରିବା ତାଙ୍କ...
JIO
କଟକରେ ଜିଓର ଉତ୍କୃଷ୍ଟ ନେଟୱାର୍କ ପ୍ରଦର୍ଶନ ସହିତ ଟ୍ରାଇର ଏପ୍ରିଲ ୨୦୨୫ ଡ୍ରାଇଭ୍ ପରୀକ୍ଷଣ (ଆଇଡ଼ିଟି) ରେ ଜିଓ ଜାତୀୟ ସ୍ତରରେ ଆଗରେ ରହିଛି ଭୁବନେଶ୍ୱର: ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ଏପ୍ରିଲ ୨୦୨୫ ପାଇଁ ପ୍ରକାଶିତ ସଦ୍ୟତମ ସ୍ୱାଧୀନ ଡ୍ରାଇଭ୍ ପରୀକ୍ଷଣ (ଆଇଡ଼ିଟି) ଫଳାଫଳ ଅନୁଯାୟୀ, ରିଲାଏନ୍ସ ଜିଓ କଟକ ସହରରେ ବେଶ ପ୍ରଭାବଶାଳୀ ନେଟୱାର୍କ ପ୍ରଦର୍ଶନ କରିଛି। ଟ୍ରାଇର ନିୟମିତ ସେବା ଗୁଣବତ୍ତା ଅଡିଟ୍ ର ଏକ ଅଂଶ ଭାବରେ ଏହି ଡ୍ରାଇଭ୍ ପରୀକ୍ଷଣ ୧୫ ଏପ୍ରିଲରୁ ୧୮ ଏପ୍ରିଲ ୨୦୨୫ ଯାଏଁ ଓଡ଼ିଶା ସେବା କ୍ଷେତ୍ରର କଟକ ସହରରେ କରାଯାଇଥିଲା, ଯେଉଁଥିରେ ମୋଟ ୩୩୧.୪ କିଲୋମିଟର ଡ୍ରାଇଭ୍ ସହିତ ରିଅଲ୍-ଟାଇମ୍ ନେଟୱାର୍କ ପ୍ରଦର୍ଶନ ମୂଲ୍ୟାଙ୍କନ କରାଯାଇଥିଲା। କଟକ ସହରରେ ଡାଟା ସେବା ପାଇଁ କରାଯାଇଥିବା ପରୀକ୍ଷଣରେ, ଜିଓ ଏହାର ନେଟୱାର୍କର ପ୍ରାଧାନ୍ୟ ପ୍ରମାଣିତ କରି ସର୍ବାଧିକ ୨୩୩.୪୬ ଏମବିପିଏସ ହାରାହାରି ଡାଉନଲୋଡ୍ ସ୍ପିଡ୍ ହାସଲ କରିବା ସହିତ ୨୪.୦୪ ଏମବିପିଏସର ଦୃଢ଼ ଅପଲୋଡ୍ ସ୍ପିଡ୍ ପ୍ରଦର୍ଶନ କରିଥିବା ଏହି ରିପୋର୍ଟରୁ ଜଣାପଡିଛି। ଜିଓର ହାରାହାରି ଡାଉନଲୋଡ୍ ସ୍ପିଡ୍ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କମ୍ପାନୀ ତୁଳନାରେ ପ୍ରାୟ ଦୁଇଗୁଣ ରହିଥିଲା। ବ୍ୟସ୍ତବହୁଳ ହଟସ୍ପଟ୍ଗୁଡ଼ିକରେ ମଧ୍ୟ, ଜିଓର ୫ଜି ଡାଉନଲୋଡ୍ ସ୍ପିଡ୍ ୧୦୨.୦୯ ଏମବିପିଏସ ରହିଥିଲା, ଯାହା ଷ୍ଟ୍ରିମିଂ, ଭିଡିଓ କନଫରେନ୍ସିଂ ଏବଂ ରିଅଲ୍-ଟାଇମ୍ ଆପ୍ଲିକେସନ୍ ପାଇଁ ନିରବଛିନ୍ନ ଯୋଗାଯୋଗ ସଂଯୋଗ ସୁନିଶ୍ଚିତ କରିଥିଲା। ଏକ ସମ୍ପୂର୍ଣ୍ଣ କଲ୍ ସେଟଅପ୍ ସଫଳତା ହାର (ସିଏସଏସଆର) ରେ ଜିଓ ୧୦୦ ପ୍ରତିଶତ ସଫଳତା ହାସଲ କରିବା ସହିତ ମାତ୍ର ୦.୭୩ ସେକେଣ୍ଡର କଲ୍ ସେଟଅପ୍ ସମୟ ହାସଲ କରିଥିଲା। ସବୁଠାରୁ ଉଲ୍ଲେଖନୀୟ କଥା ହେଉଛି, ଜିଓ ଶୂନ ପ୍ରତିଶତ କଲ୍ ଡ୍ରପ୍ ହାର ଏବଂ ଶୂନ ପ୍ରତିଶତ କଲ୍ ମ୍ୟୁଟ୍ ହାର ରେକର୍ଡ କରିଛି, ଯାହା ଅତୁଳନୀୟ ନିର୍ଭରଯୋଗ୍ୟତାର ଏକ ଚିହ୍ନ ହେବା ସହିତ ସମସ୍ତ ଅପରେଟରଙ୍କ ମଧ୍ୟରେ ସର୍ବୋତ୍ତମ ରହିଛି। କଟକରେ ଜିଓର ଅଗ୍ରଣୀ ପ୍ରଦର୍ଶନ ଏହାର ବ୍ୟାପକ ଜାତୀୟ ପ୍ରଦର୍ଶନକୁ ପ୍ରତିଫଳିତ କରିଛି। ଭାରତର ସାତଟି ପ୍ରମୁଖ ସହର ଏବଂ ଜାତୀୟ ରାଜପଥ କରିଡରରେ ଏପ୍ରିଲ ୨୦୨୫ରେ ହୋଇଥିବା ପରୀକ୍ଷଣର ଟ୍ରାଇର ରିପୋର୍ଟରେ, ସାତଟି କ୍ଷେତ୍ର ମଧ୍ୟରୁ ପାଞ୍ଚଟିରେ ଜିଓ ଶୀର୍ଷ ମାନ୍ୟତାପ୍ରାପ୍ତ ଅପରେଟର ଭାବରେ ଉଭା ହୋଇଛି। ଏହା ପରୀକ୍ଷଣ କରାଯାଇଥିବା ସମସ୍ତ ସ୍ଥାନରେ କଲ୍ ସେଟଅପ୍ ସଫଳତା ହାର (ସିଏସଏସଆର), କଲ୍ ସେଟଅପ୍ ସମୟ, ମ୍ୟୁଟ୍ କଲ୍ ରେଟ୍ ଏବଂ ଡାଉନଲୋଡ୍ ସ୍ପିଡ଼ ଭଳି ଗୁରୁତ୍ୱପୂର୍ଣ୍ଣ ମାପଦଣ୍ଡରେ ଶୀର୍ଷ ପ୍ରଦର୍ଶନ କରିଥିଲା। ବିବିଧ କ୍ଷେତ୍ର ଏବଂ ପ୍ରଯୁକ୍ତି ବର୍ଗରେ ଏହାର ସ୍ଥିର ପ୍ରଦର୍ଶନ ସହିତ, ରିଲାଏନ୍ସ ଜିଓ ସ୍ୱର (ଭଏସ) ସ୍ପଷ୍ଟତା, କମ ଲାଟେନ୍ସୀ ଏବଂ ଅଲ୍ଟ୍ରା-ଫାଷ୍ଟ ମୋବାଇଲ୍ ଡାଟା ପାଇଁ ମାନଦଣ୍ଡ ସୃଷ୍ଟି କରିଚାଲିଛି, ଯାହା ଡିଜିଟାଲ୍ ଇଣ୍ଡିଆର ପ୍ରତିଶ୍ରୁତିକୁ ଦେଶର ପ୍ରତ୍ୟେକ କୋଣ ଅନୁକୋଣର ନିକଟତର କରିଛି। ଉଲ୍ଲେଖଯୋଗ୍ୟ ଯେ ଜିଓ ରାଜ୍ୟରେ ଏହାର ବ୍ୟାପକ ୪ଜି ଏବଂ ୫ଜି ନେଟୱାର୍କ ଉପସ୍ଥିତି ସହିତ ଓଡ଼ିଶାର ସର୍ବାଧିକ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ପ୍ରାୟ ୪୬ ପ୍ରତିଶତ ମୋବାଇଲ୍ ଉପଭୋକ୍ତା ବଜାର ଅଂଶ ଏବଂ ୮୪ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଉପଭୋକ୍ତା ବଜାର ଅଂଶ ହାସଲ କରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ସବସ୍କ୍ରାଇବର ତଥ୍ୟ ଅନୁଯାୟୀ, ରାଜ୍ୟରେ ଏପ୍ରିଲ ଶେଷ ସୁଦ୍ଧା ଜିଓ ନେଟୱାର୍କରେ ୧.୬୧ କୋଟିରୁ ଅଧିକ ମୋବାଇଲ୍ ଉପଭୋକ୍ତା, ୩ ଲକ୍ଷରୁ ଅଧିକ ଜିଓଫାଇବର ଉପଭୋକ୍ତା ଏବଂ ୧.୬୭ ଲକ୍ଷରୁ ଅଧିକ ଜିଓଏୟାରଫାଇବର ଉପଭୋକ୍ତା ରହିଥିବା ବେଳେ ଏହା ସମସ୍ତ ତିନୋଟି କ୍ଷେତ୍ରରେ ସର୍ବାଗ୍ରେ ରହିଛି।
ସିଡ୍ ସ୍ୱାମୀନାଥନଙ୍କୁ ନୂତନ ଆସେଟ୍ ମ୍ୟାନେଜମେଣ୍ଟ କମ୍ପାନୀର ପରିଚାଳନା ନିର୍ଦ୍ଦେଶକ ଏବଂ ସିଇଓ ଦାୟିତ୍ୱ ମୁମ୍ବାଇ: ଜିଓବ୍ଲାକରକ୍ ଆସେଟ୍ ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ୍ କମ୍ପାନୀ ଭାରତରେ ମ୍ୟୁଚୁଆଲ୍ ଫଣ୍ଡ ବ୍ୟବସାୟ କରିବା ପାଇଁ ସେବି ଅନୁମୋଦନ ଲାଭ କରିଛି। ଏହି କମ୍ପାନୀ...
ଜିଓର ଓଡ଼ିଶାରେ ୪୫.୯ ପ୍ରତିଶତରୁ ଅଧିକ ମୋବାଇଲ୍ ଗ୍ରାହକ ବଜାର ଅଂଶ ଏବଂ ୮୪ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଗ୍ରାହକ ବଜାର ଅଂଶ ରହିଛି ଓଡ଼ିଶାରେ ୩ ଲକ୍ଷରୁ ଅଧିକ ଜିଓଫାଇବର ଏବଂ ୧.୬୭ ଲକ୍ଷରୁ ଅଧିକ ଜିଓଏୟାରଫାଇବର ଗ୍ରାହକ ଅତ୍ୟାଧୁନିକ ବିଶ୍ୱସ୍ତରୀୟ ହୋମ ଏଣ୍ଟରଟେନମେଣ୍ଟ (ଗୃହ ମନୋରଞ୍ଜନ), ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ଉପଭୋଗ କରୁଛନ୍ତି ଭୁବନେଶ୍ୱର: ରାଜ୍ୟରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ଏହାର ଜୟଯାତ୍ରା ଜାରି ରଖି, ରିଲାଏନ୍ସ ଜିଓ ୨୦୨୫ ଏପ୍ରିଲ ମାସରେ ଓଡ଼ିଶାରେ ସର୍ବାଧିକ ୧.୮ ଲକ୍ଷରୁ ଅଧିକ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ (ୱେୟାରଲାଇନ୍ ଏବଂ ୫ଜି ଏଫଡବ୍ଲୁଏ) ଗ୍ରାହକ ଯୋଡିଛି। ଆଜି ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟରୁ ଏହା ଜଣାପଡିଛି। ଏହି ତଥ୍ୟ ଅନୁଯାୟୀ, ଏପ୍ରିଲ ମାସରେ ରିଲାଏନ୍ସ ଜିଓ ଓଡ଼ିଶାରେ ସର୍ବାଧିକ ୧.୫୩ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଉପଭୋକ୍ତା ଏବଂ ୩୦୦୦୦ ରୁ ଅଧିକ ନୂତନ ଜିଓଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକ ଯୋଡିଛି। ଏଥିସହିତ, ଜିଓ ଓଡ଼ିଶାରେ ୪୫.୯ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିବା ସହିତ ଏପ୍ରିଲ ଶେଷ ସୁଦ୍ଧା ଜିଓ ନେଟୱାର୍କରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ୧.୬୧ କୋଟିରେ ପହଞ୍ଚିଛି। ଟ୍ରାଇ ତଥ୍ୟ ଅନୁଯାୟୀ ଏପ୍ରିଲ ମାସରେ ଓଡ଼ିଶାରେ ପ୍ରାୟ ୧.୫୫ ଲକ୍ଷ ନୂତନ ମୋବାଇଲ୍ ଗ୍ରାହକ ଯୋଡି ହେବା ସହିତ ରାଜ୍ୟରେ ମୋଟ ମୋବାଇଲ୍ ଗ୍ରାହକ ସଂଖ୍ୟା ଏପ୍ରିଲ ଶେଷ ସୁଦ୍ଧା ୩.୫ କୋଟି ଅତିକ୍ରମ କରିଛି। ତଥ୍ୟ ଅନୁଯାୟୀ, ଅନ୍ୟ ଅପରେଟରମାନଙ୍କ ମଧ୍ୟରେ ଏପ୍ରିଲ ମାସରେ ଓଡ଼ିଶାରେ ଭୋଡାଫୋନ ଆଇଡ଼ିଆ ମାତ୍ର ୬୬୫୯ ନୂତନ ମୋବାଇଲ୍ ଗ୍ରାହକ ଯୋଡିଥିବା ବେଳେ ଏହା ପଛରେ ରହିଥିବା ଏୟାରଟେଲ୍ ମାତ୍ର ୩୮୩୯ ନୂତନ ମୋବାଇଲ୍ ଗ୍ରାହକ ଯୋଡିଛି ଏବଂ ବିଏସଏନଏଲ ଏହି ମାସରେ ରାଜ୍ୟରେ ୮୦୧୧ ମୋବାଇଲ୍ ଗ୍ରାହକ ହରାଇଛି। ସେହିପରି, ଓଡ଼ିଶାରେ ୱାୟାରଲାଇନ୍ ଏବଂ ୫ଜି ଏଫଡବ୍ଲୁଏ କ୍ଷେତ୍ରରେ ନିଜର ପ୍ରାଧାନ୍ୟକୁ ଆହୁରି ସୁଦୃଢ଼କରି, ଜିଓ ୨୦୨୫ ଏପ୍ରିଲ ମାସରେ ରାଜ୍ୟରେ ସର୍ବାଧିକ ୩୦୦୦୦ ନୂତନ ଜିଓଫାଇବର ଏବଂ ଜିଓଏୟାରଫାଇବର ଗ୍ରାହକ ଯୋଡିଛି। ତଥ୍ୟ ଅନୁଯାୟୀ, ଏପ୍ରିଲ ମାସ ଶେଷ ସୁଦ୍ଧା ରାଜ୍ୟରେ ଜିଓଫାଇବର ଗ୍ରାହକଙ୍କ ସଂଖ୍ୟା ୩ ଲକ୍ଷ ଅତିକ୍ରମ କରିଥିବାବେଳେ ଜିଓଏୟାରଫାଇବର ଗ୍ରାହକଙ୍କ ସଂଖ୍ୟା ୧.୬୭ ଲକ୍ଷରୁ ଅଧିକ ହୋଇଛି। ଜିଓର ଲୋକପ୍ରିୟ ୫ଜି ଏଫଡବ୍ଲୁଏ ସେବା ଜିଓଏୟାରଫାଇବର ରାଜ୍ୟରେ ୮୪ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ସହିତ ୫ଜି ଏଫଡବ୍ଲୁଏ ବଜାରରେ ପ୍ରାଧାନ୍ୟ ବିସ୍ତାର କରିଛି। ଜିଓ ଓଡ଼ିଶାରେ ଏହାର ସର୍ବବୃହତ ୪ଜି ଓ ୫ଜି ନେଟୱାର୍କ ଉପସ୍ଥିତି ବଳରେ ରାଜ୍ୟର ସବୁଠାରୁ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ରହିଆସିଛି ଏବଂ ଓଡିଶାରେ ଏହାର ସର୍ବାଧିକ ୪୫.୯ ପ୍ରତିଶତରୁ ଅଧିକ ମୋବାଇଲ୍ ଗ୍ରାହକ ବଜାର ଅଂଶ ସହିତ ୮୪ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଗ୍ରାହକ ବଜାର ଅଂଶ ରହିଛି। ଜାତୀୟ ସ୍ତରରେ, ଜିଓ ଏପ୍ରିଲ ୨୦୨୫ ରେ ସର୍ବାଧିକ ୨୬ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଗ୍ରାହକ ଯୋଡିବା ସହିତ ୱାୟାରଲେସ୍ ବ୍ୟବସାୟ କ୍ଷେତ୍ରର ଅଭିବୃଦ୍ଧିରେ ସହାୟକ ହୋଇଛି। ଜିଓ ଏହି ମାସରେ ଯୋଡିଥିବା ନୂତନ ଗ୍ରାହକ ସଂଖ୍ୟା ନିକଟତମ ପ୍ରତିଦ୍ୱନ୍ଦ୍ୱୀ କମ୍ପାନୀ ତୁଳନାରେ ୧୩ ଗୁଣ ଅଧିକ ରହିଛି। ଏପ୍ରିଲ ୨୦୨୫ ରେ ସକ୍ରିୟ ଉପଭୋକ୍ତା ଯୋଡିଥିବା ଏକମାତ୍ର ଅପରେଟର ଭାବରେ ଜିଓ ଏହି ମାସରେ ଦେଶରେ ୫୫ ଲକ୍ଷରୁ ଅଧିକ ନୂତନ ସକ୍ରିୟ ମୋବାଇଲ୍ ଗ୍ରାହକ ଯୋଡିଛି। ଏହା ଲଗାତାର ଦ୍ୱିତୀୟ ମାସ ପାଇଁ ୫ ନିୟୁତରୁ ଅଧିକ ସକ୍ରିୟ ମୋବାଇଲ୍ ଉପଭୋକ୍ତା ଯୋଡିଛି। ଏପ୍ରିଲ ୨୦୨୫ ରେ ପ୍ରାୟ ୯.୧୦ ଲକ୍ଷ ନୂତନ ହୋମ ବ୍ରଡବ୍ୟାଣ୍ଡ (ୱେୟାରଲାଇନ୍ ଓ ଏଫଡବ୍ଲୁଏ) ଗ୍ରାହକ ଯୋଡିଥିବା ଜିଓ ପାଇଁ ଆଉ ଏକ ରେକର୍ଡ ମାସ ହୋଇଛି, ଯାହା ନିକଟତମ ପ୍ରତିଦ୍ୱନ୍ଦ୍ୱୀ ତୁଳନାରେ ପ୍ରାୟ ଚାରି ଗୁଣ ଅଧିକ ରହିଛି। ୫ଜି ଏଫଡବ୍ଲୁଏ କ୍ଷେତ୍ରରେ ଜିଓ ଦେଶରେ ୮୨ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ଏବଂ ୬.୧୪ ନିୟୁତ ଗ୍ରାହକଙ୍କ ସହିତ ନିଜର ନେତୃତ୍ୱ ସ୍ଥାନକୁ ଅଧିକ ସୁଦୃଢ଼ କରିଛି।
୨୫ ଲକ୍ଷ ନୂତନ ନିଯୁକ୍ତି ସୃଷ୍ଟି ହେବ ଏହି ବର୍ଷ ଉତ୍ତରପୂର୍ବରେ ଏକ କୋଟି ଲୋକ ଜିଓ ୫ଜି ନେଟୱାର୍କ ସହିତ ସଂଯୁକ୍ତ ହେବେ ରିଲାଏନ୍ସ ୩୫୦ ଟି ବାୟୋଗ୍ୟାସ୍ ପ୍ଲାଣ୍ଟ ସ୍ଥାପନ କରିବ ନୂଆଦିଲ୍ଲୀ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ ଉତ୍ତର-ପୂର୍ବ ରାଜ୍ୟଗୁଡ଼ିକରେ କମ୍ପାନୀର ପୁଞ୍ଜିନିବେଶକୁ ୭୫ ହଜାର କୋଟି ଟଙ୍କାକୁ...
ଭାରତରେ ୫୫ ଲକ୍ଷରୁ ଅଧିକ ଜିଓ ୫ଜି ଏଫଡବ୍ଲୁଏ ଗ୍ରାହକଙ୍କ ମଧ୍ୟରୁ ପ୍ରାୟ ୪୪% ଗ୍ରାମାଞ୍ଚଳରୁ ଆସିଛନ୍ତି: ଟ୍ରାଇ ତଥ୍ୟ ଜିଓ ହେଉଛି ଏକମାତ୍ର ଟେଲିକମ ଅପରେଟର ଯାହା ଗ୍ରାମାଞ୍ଚଳରେ ୫ଜି ଏଫଡବ୍ଲୁଏ ସେବା 'ଜିଓଏୟାରଫାଇବର' ପ୍ରଦାନ କରୁଛି ଭୁବନେଶ୍ୱର: ଭାରତର ଗ୍ରାମାଞ୍ଚଳରେ ରହୁଥିବା ଜନସାଧାରଣ ଦୀର୍ଘ ଦିନରୁ ହାଇସ୍ପିଡ୍ ବ୍ରଡବ୍ୟାଣ୍ଡ ଇଣ୍ଟରନେଟର ଲାଭରୁ ବଞ୍ଚିତ ରହିଛନ୍ତି। ତେବେ ଭାରତୀୟ ଦୂରସଂଚାର ନିୟାମକ କର୍ତ୍ତୃପକ୍ଷ...
ଓଡ଼ିଶାରେ ୫ଜି ଫିକ୍ସଡ୍ ୱାୟାରଲେସ୍ ବଜାରରେ ଜିଓର ଦବଦବା, ୮୬ ପ୍ରତିଶତରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ: ଟ୍ରାଇ ତଥ୍ୟ
ମାଗଣା ୫୦ ଦିନ ଜିଓ ଫାଇବର / ଜିଓ ଏୟାରଫାଇବର ଟ୍ରାଏଲ ସଂଯୋଗ ଅଫର ପ୍ରତି ସାରା ରାଜ୍ୟରେ ବିପୁଳ ଉତ୍ସାହ ଜିଓ ଫେବୃୟାରୀ ମାସରେ ଓଡ଼ିଶାରେ ୧୧ ହଜାରରୁ ଅଧିକ ନୂତନ ଜିଓଏୟାରଫାଇବର ଗ୍ରାହକ ଯୋଡିଛି: ଟ୍ରାଇ ତଥ୍ୟ ଜିଓଏୟାରଫାଇବର ଓଡ଼ିଶାର ସମସ୍ତ ଜିଲ୍ଲା, ତହସିଲ ଏବଂ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫଲାଇନ ପାଲଟିଛି ଏବଂ ବିଶ୍ୱସ୍ତରୀୟ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ପ୍ରଦାନ କରୁଛି ଭୁବନେଶ୍ୱର: ସାରା ରାଜ୍ୟରେ ଏହାର ଦ୍ରୁତତମ ଏବଂ ସର୍ବବୃହତ ଟ୍ରୁ ୫ଜି ନେଟୱାର୍କ ବଳରେ ରିଲାଏନ୍ସ ଜିଓ ଓଡ଼ିଶାରେ ୫ଜି ଏଫଡବ୍ଲୁଏ (ଫିକ୍ସଡ୍ ୱାୟାରଲେସ୍ ଆକ୍ସେସ୍) କ୍ଷେତ୍ରରେ ଏହାର ଆଧିପତ୍ୟକୁ ଆହୁରି ଅଧିକ ସୁଦୃଢ଼କରିଛି। ଜିଓ ଏୟାରଫାଇବର ରାଜ୍ୟରେ ୮୬ ପ୍ରତିଶତରୁ ଅଧିକ ୫ଜି ଏଫଡବ୍ଲୁଏ ଗ୍ରାହକ ବଜାର ଅଂଶ ହାସଲ କରିଛି। ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଉପଭୋକ୍ତା ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓର ୫ଜି ଏଫଡ଼ବ୍ଲୁଏ ସେବା ଜିଓଏୟାରଫାଇବର ଫେବୃୟାରୀ ଶେଷ ସୁଦ୍ଧା ରାଜ୍ୟରେ ୧.୪୨ ଲକ୍ଷରୁ ଅଧିକ ଉପଭୋକ୍ତା ସହିତ ଏକ ବିରାଟ ବ୍ୟବଧାନରେ ଆଗରେ ରହିଛି। ଏହାର ନିକଟତମ ପ୍ରତିଦ୍ୱନ୍ଦ୍ୱୀ, ମାତ୍ର ୨୨ ହଜାର ଉପଭୋକ୍ତା ସହିତ ବେଶ ପଛରେ ରହିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ଫେବୃଆରୀ ମାସରେ ଜିଓ ସର୍ବାଧିକ ୧୧ ହଜାରରୁ ଉର୍ଦ୍ଧ୍ଵ ନୂଆ ଜିଓଏୟାରଫାଇବର ଗ୍ରାହକ ଯୋଡି଼ବା ସହିତ ଓଡ଼ିଶାରେ ମୋଟ ୫ଜି ଏଫଡ଼ବ୍ଲୁଏ ଗ୍ରାହକ ସଂଖ୍ୟା ୧.୬୫ ଲକ୍ଷ ଅତିକ୍ରମ କରିଛି। ଟ୍ରାଇ ପ୍ରକାଶିତ ତଥ୍ୟ ଅନୁଯାୟୀ, ରିଲାଏନ୍ସ ଜିଓ ମଧ୍ୟ ରାଜ୍ୟରେ ସର୍ବାଧିକ ପସନ୍ଦର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ନିଜର ଜୟଯାତ୍ରା ଜାରି ରଖି ଫେବୃୟାରୀ ମାସରେ ସର୍ବାଧିକ ୧.୧୪ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଉପଭୋକ୍ତା ଯୋଡ଼ିଛି। ଏହା ସହିତ ରାଜ୍ୟରେ ଜିଓର ୪ଜି / ୫ଜି ନେଟୱାର୍କରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୧.୫୮ କୋଟି ଅତିକ୍ରମ କରିବା ସହ ଜିଓ ଓଡ଼ିଶାରେ ଏକ ନମ୍ବର ଡିଜିଟାଲ୍ ସେବା ପ୍ରଦାନକାରୀ ଭାବରେ ନିଜର ନେତୃତ୍ୱ ସ୍ଥାନକୁ ଆହୁରି ସୁଦୃଢ଼କରିଛି। ଜିଓର ୫୦ ଦିନର ମାଗଣା ଜିଓଫାଇବର / ଜିଓଏୟାରଫାଇବର ଟ୍ରାଏଲ୍ ସଂଯୋଗ ଅଫରର ବଢୁଥିବା ଲୋକପ୍ରିୟତା: କ୍ରିକେଟ୍ ସିଜିନ୍ ପାଇଁ ଜିଓ ଆରମ୍ଭ କରିଥିବା ଅସୀମିତ ଅଫର ସହିତ ୫୦ ଦିନର ମାଗଣା ଜିଓଫାଇବର / ଜିଓଏୟାରଫାଇବର ଟ୍ରାଏଲ୍ ସଂଯୋଗ ପ୍ରଦାନ କରୁଛି, ଯାହା ସାରା ଓଡ଼ିଶାରେ ବିଶେଷ ଲୋକପ୍ରିୟତା ହାସଲ କରିଛି। ଏହି ଅଫର ସହିତ ଗ୍ରାହକମାନେ ୮୦୦ରୁ ଅଧିକ ଟିଭି ଚ୍ୟାନେଲ୍, ୧୧ ରୁ ଅଧିକ ଓଟିଟି ଆପ୍, ଅସୀମିତ ୱାଇଫାଇ, ନିରବଛିନ୍ନ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଆହୁରି ଅନେକ ସୁବିଧା ଉପଭୋଗ କରୁଛନ୍ତି। କେବଳ ଏକ ଜିଓ ସିମ ଏବଂ ୧୫ ମଇ ୨୦୨୫ ପୂର୍ବରୁ ୨୯୯ ଟଙ୍କା କିମ୍ବା ତା'ଠାରୁ ଅଧିକ ମୂଲ୍ୟର ରିଚାର୍ଜ ସହିତ, ଗ୍ରାହକମାନେ ଉଚ୍ଚ ମାନର ମନୋରଞ୍ଜନ କଣ୍ଟେଣ୍ଟ ସାଙ୍ଗକୁ ପ୍ରତ୍ୟେକ ମ୍ୟାଚର ଯେକୌଣସି ସମୟରେ, ଯେକୌଣସି ସ୍ଥାନରେ ନିର୍ବିଘ୍ନ, ଉଚ୍ଚ-ଗୁଣବତ୍ତା ଷ୍ଟ୍ରିମିଂର ମଜା ନେଇପାରିବେ। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ତଥା ଭୌଗଳିକ ଦୃଷ୍ଟିରୁ ଆହ୍ୱାନପୂର୍ଣ୍ଣ ସ୍ଥାନଗୁଡିକରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତାକୁ ଦୂର କରିଛି, ଯେଉଁଠାରେ ପୂର୍ବରୁ ଏହା ଏକରକମ ଅସମ୍ଭବ ସ୍ଵପ୍ନ ଭଳି ରହିଥିଲା। ଏହା ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଓ ଗୁଣାତ୍ମକ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ) ସହିତ ସଂଯୁକ୍ତ କରିଛି, ଯେଉଁମାନଙ୍କର ପରିସରରେ ପୂର୍ବରୁ ଅପ୍ଟିକାଲ୍-ଫାଇବର ବିସ୍ତାର କରିବାରେ ଜଟିଳତା ରହିଥିଲା। ଜିଓ ଟ୍ରୁ ୫ଜି ନେଟୱାର୍କ ବାସ୍ତବରେ ଡିଜିଟାଲ୍ ଅନ୍ତର୍ଭୁକ୍ତିକରଣ ଜରିଆରେ ଛାତ୍ରଛାତ୍ରୀ, ବୃତ୍ତିଗତ ପେଶାଦାର, ଉଦ୍ୟୋଗୀ ଏବଂ ସାଧାରଣ ପରିବାର ସମେତ ଲକ୍ଷ ଲକ୍ଷ ଲୋକଙ୍କୁ ସଶକ୍ତ କରିଛି। ହାଇସ୍ପିଡ୍ ୫ଜି ସେବା ପ୍ରଦାନ କରୁଥିବା ଜିଓଏୟାରଫାଇବରର ଦ୍ରୁତ ଆଦୃତି ଓଡ଼ିଶାର ଡିଜିଟାଲ୍ ଭିତ୍ତିଭୂମିକୁ ସୁଦୃଢ କରିଛି, ଯାହା ଶିକ୍ଷା, ସ୍ୱାସ୍ଥ୍ୟସେବା, କୃଷି ଏବଂ ମନୋରଞ୍ଜନ କ୍ଷେତ୍ରରେ ଉଲ୍ଲେଖନୀୟ ଉନ୍ନତିରେ ସହାୟକ ହୋଇଛି।
୧୦ ଲକ୍ଷ କୋଟି ଟଙ୍କାର ନେଟୱର୍ଥ ସହିତ ଦେଶର ପ୍ରଥମ କମ୍ପାନୀ ହୋଇଛି ରିଲାଏନ୍ସ ମୁମ୍ବାଇ / ଭୁବନେଶ୍ୱର: ଦେଶର ପ୍ରଥମ କମ୍ପାନୀ ଭାବରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ୧୦ ଲକ୍ଷ କୋଟି ଟଙ୍କାର ନେଟୱର୍ଥ ହାସଲ କରିଛି। କମ୍ପାନୀ ପକ୍ଷରୁ ଘୋଷଣା...
ମୁମ୍ବାଇ / ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ଡିଜିଟାଲ୍ ଉଦ୍ୟୋଗ ଜିଓ ପ୍ଲାଟଫର୍ମସ ଆଜି ୨୦୨୪-୨୫ ଆର୍ଥିକ ବର୍ଷର ଚତୁର୍ଥ ବା ଶେଷ ତ୍ରୈମାସିକର ଆର୍ଥିକ ଫଳାଫଳ ଘୋଷଣା...
ଜିଓ ଏୟାରଫାଇବର ଓଡ଼ିଶାର ସମସ୍ତ ସହର ଓ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫ୍ ଲାଇନ୍ ପାଲଟିଛି ଏବଂ ବିଶ୍ୱସ୍ତରୀୟ ସର୍ବାଧୁନିକ ଗୃହ ମନୋରଞ୍ଜନ (ହୋମ ଏଣ୍ଟରଟେନମେଣ୍ଟ), ଅସୀମିତ ୱାଇଫାଇ ଏବଂ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ପ୍ରଦାନ କରୁଛି ଭୁବନେଶ୍ୱର: ରିଲାଏନ୍ସ ଜିଓ ଓଡ଼ିଶାରେ ୫ଜି ଏଫଡବ୍ଲୁଏ ହୋମ ବ୍ରଡ଼ବ୍ୟାଣ୍ଡ କ୍ଷେତ୍ରରେ ସର୍ବାଧିକ ପସନ୍ଦର ସେବା ପ୍ରଦାନକାରୀ ଭାବରେ ନିଜର ପ୍ରାଧାନ୍ୟ ବିସ୍ତାର କରିଛି। ଜିଓର ୫ଜି ଏଫଡବ୍ଲୁଏ ସେବା ଜିଓ ଏୟାରଫାଇବର ଏହି କ୍ଷେତ୍ରରେ ରାଜ୍ୟରେ ୮୭% ରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିଛି। ଚଳିତ ସପ୍ତାହରେ ଭାରତୀୟ ଟେଲିକମ୍ ନିୟାମକ କର୍ତ୍ତୃପକ୍ଷ (ଟ୍ରାଇ) ଦ୍ୱାରା ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟରୁ ଏହା ଜଣାପଡିଛି। ପ୍ରଥମ ଥର ପାଇଁ ଟ୍ରାଇ ପୃଥକ ଭାବରେ ୫ଜି ଏଫଡବ୍ଲୁଏ ବା ଏୟାର ଫାଇବର ଗ୍ରାହକ ସଂଖ୍ୟା ପ୍ରକାଶ କରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୩୧ ଜାନୁୟାରୀ, ୨୦୨୫ ସୁଦ୍ଧା ରିଲାଏନ୍ସ ଜିଓର ୫ଜି ଏଫଡବ୍ଲୁଏ ସେବା ଜିଓ ଏୟାରଫାଇବର ରାଜ୍ୟରେ ୧.୩ ଲକ୍ଷରୁ ଅଧିକ ଏୟାର ଫାଇବର ଗ୍ରାହକ ସହିତ ବେଶ ଆଗରେ ରହିଥିବା ବେଳେ ଏହା ପଛକୁ ଭାରତୀ ଏୟାରଟେଲ ୧୮୦୦୦ ଗ୍ରାହକ ସହିତ ଦ୍ୱିତୀୟ ସ୍ଥାନରେ ରହିଛି। ତଥ୍ୟ ଅନୁଯାୟୀ, ଜାନୁୟାରୀ ୨୦୨୫ ଶେଷ ସୁଦ୍ଧା ଓଡ଼ିଶାରେ ମୋଟ ୫ଜି ଏଫଡବ୍ଲୁଏ ବା ଏୟାରଫାଇବର ଗ୍ରାହକ ସଂଖ୍ୟା ଦେଢ଼ ଲକ୍ଷ ଅତିକ୍ରମ କରିଛି। ଜାତୀୟ ସ୍ତରରେ ମଧ୍ୟ ଜିଓ ୫ଜି ଏଫଡବ୍ଲୁଏ ବା ଏୟାରଫାଇବର କ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିଛି ଏବଂ ଜିଓ ଏୟାରଫାଇବର ଦେଶରେ ଏହି କ୍ଷେତ୍ରରେ ୮୪% ରୁ ଅଧିକ ଗ୍ରାହକ ବଜାର ଅଂଶ ହାସଲ କରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ତଥ୍ୟ ଅନୁଯାୟୀ, ୩୧ ଜାନୁଆରୀ, ୨୦୨୫ ସୁଦ୍ଧା, ଦେଶରେ ଜିଓର ୪୮ ଲକ୍ଷରୁ ଅଧିକ ୫ଜି ଏଫଡବ୍ଲୁଏ ବା ଜିଓ ଏୟାରଫାଇବର ଗ୍ରାହକ ରହିଥିବା ବେଳେ ଏହା ପଛକୁ ଏୟାରଟେଲର ଦେଶରେ ପ୍ରାୟ ୮ ଲକ୍ଷ ୫ଜି ଏଫଡବ୍ଲୁଏ ଗ୍ରାହକ ରହିଥିଲେ। ସର୍ବାଧିକ ଲୋକପ୍ରିୟ ରହିଥିବା ଜିଓ ଏୟାରଫାଇବର ସେବା ବାସ୍ତବରେ ଡିଜିଟାଲ ଅନ୍ତର୍ଭୁକ୍ତିକରଣକୁ ସମ୍ପ୍ରସାରିତ କରିଛି କାରଣ ଏହା ବିଶେଷକରି ଗ୍ରାମାଞ୍ଚଳ ଏବଂ ସହର ଉପକଣ୍ଠ ଅଂଚଳରେ ତଥା ଭୌଗଳିକ ଦୃଷ୍ଟିରୁ ଆହ୍ୱାନପୂର୍ଣ୍ଣ ସ୍ଥାନଗୁଡିକରେ ଶେଷ ମାଇଲ୍ ଅପ୍ଟିକାଲ୍-ଫାଇବର ବିସ୍ତାରରେ ରହିଥିବା କଠିନତାକୁ ଦୂର କରିଛି, ଯେଉଁଠାରେ ପୂର୍ବରୁ ଏହା ଏକରକମ ଅସମ୍ଭବ ସ୍ବପ୍ନ ଭଳି ରହିଥିଲା। ବ୍ରଡ଼ବ୍ୟାଣ୍ଡ ସଂଯୋଗର ଅଭାବ ଜନିତ ସମସ୍ୟାକୁ ଦୂର କରି ଏହା ପ୍ରତ୍ୟେକ ଘର ଏବଂ ଛୋଟ ବ୍ୟବସାୟକୁ ହାଇସ୍ପିଡ଼ ବ୍ରଡ଼ବ୍ୟାଣ୍ଡ ଏବଂ ଗୁଣାତ୍ମକ ଗୃହ ମନୋରଞ୍ଜନ ସହିତ ସଂଯୁକ୍ତ କରଛି। ଜିଓ ଏୟାରଫାଇବର ୮୦୦ ରୁ ଅଧିକ ଡିଜିଟାଲ ଟିଭି ଚ୍ୟାନେଲ, ୧୧ ରୁ ଅଧିକ ଓଟିଟି ଆପ୍, ସ୍ମାର୍ଟ ହୋମ୍ ସେବା, ଅସୀମିତ ୱାଇଫାଇ ଏବଂ ନିରବଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ ସହିତ ବିଶ୍ୱ ସ୍ତରୀୟ ସର୍ବଧୁନିକ ଗୃହ ମନୋରଞ୍ଜନ ବା ହୋମ ଏଣ୍ଟରଟେନମେଣ୍ଟ ସେବା ପ୍ରଦାନ କରୁଛି। ଏହାଦ୍ୱାରା ବିବିଧ ପୃଷ୍ଠଭୂମିର ତଥା ବିଭିନ୍ନ ବୟସବର୍ଗର ଏବଂ ବିବିଧ ଭୌଗଳିକ ଅଂଚଳର ଗ୍ରାହକମାନେ ଡିଜିଟାଲ୍ କ୍ରାନ୍ତିର ପ୍ରକୃତ ଲାଭ ପାଇବାକୁ ସକ୍ଷମ ହୋଇଛନ୍ତି, କାରଣ ସେମାନେ ଏବେ ଜିଓ ଏୟାରଫାଇବର ବଳରେ ନିରବଚ୍ଛିନ୍ନ ହାଇ ସ୍ପିଡ୍ ବ୍ରଡବ୍ୟାଣ୍ଡ, ୱାଇଫାଇ ଏବଂ ସର୍ବଶ୍ରେଷ୍ଠ ଗୃହ ମନୋରଞ୍ଜନର ଆନନ୍ଦ ନେଇପାରୁଛନ୍ତି । ଜିଓ ଏୟାରଫାଇବର ଓଡ଼ିଶାର ଶହ ଶହ ଛୋଟ ବଡ଼ ସହର ଏବଂ ହଜାର ହଜାର ଗାଁରେ ଡିଜିଟାଲ୍ ଲାଇଫ୍ଲାଇନ୍ ପାଲଟିଛି ଏବଂ ସବୁଠାରୁ ନିର୍ଭରଯୋଗ୍ୟ ହାଇ-ସ୍ପିଡ୍ ବ୍ରଡବ୍ୟାଣ୍ଡ ସେବା ପ୍ରଦାନକାରୀ ହୋଇପାରିଛି। ଟ୍ରାଇ ଦ୍ୱାରା ପ୍ରକାଶିତ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଓଡ଼ିଶାରେ, ଜିଓ ଜାନୁୟାରୀ ମାସରେ ସର୍ବାଧିକ ପ୍ରାୟ ୫୦୦୦୦ ନୂତନ ମୋବାଇଲ୍ ଉପଭୋକ୍ତା ଯୋଡ଼ିବା ସହିତ ଜାନୁୟାରୀ ୩୧ ସୁଦ୍ଧା ରାଜ୍ୟରେ ଜିଓ ନେଟୱର୍କରେ ମୋଟ ମୋବାଇଲ୍ ଉପଭୋକ୍ତାଙ୍କ ସଂଖ୍ୟା ୧.୫୭ କୋଟି ଅତିକ୍ରମ କରିଛି।