ଭୁବନେଶ୍ୱର: ଆଳୁ ସମସ୍ୟା ଦୂର କରିପାରନ୍ତି ଜଗନ୍ନାଥ, କାଳିଆ ସାଆନ୍ତ ନୁହେ ମ, ସେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର । ରାଜ୍ୟରେ ଦେଖା ଦେଇଛି ଉତ୍କଟ ଆଳୁ ସଙ୍କଟ । ଯେତେ ଯାହା କଲେ ବି ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଛି । ଏବେ ରାଜ୍ୟ ସରକାରଙ୍କ ସମସ୍ତ ଉଦ୍ୟମ ପରେ ରାଜ୍ୟରେ ଆଳୁ ସଙ୍କଟ ଦେଖାଯିବାରୁ ଏବେ ଜଗନ୍ନାଥ ଆଳୁ ସମସ୍ୟା ଦୂର କରିପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଓଡିଶାକୁ ଆଳୁ ପଠାଇବା ବାବଦରେ ସେ ଦିଦିଙ୍କ ସହ ଆଲୋଚାନ କରିବେ ବୋଲି କହିଛନ୍ତି । ଦିଦିଙ୍କ ସହ ଜଗନ୍ନାଥ ସ୍ବାଇଁ ମହାପାତ୍ର ଓରଫ ଜଗୁନୀଙ୍କର ସୁ-ସମ୍ପର୍କ ରହିଛି। ବିଭିନ୍ନ ସମୟରେ କୋଲକାତାରେ ଦିଦିଙ୍କ ଘରେ ପୂଜାର୍ଚ୍ଚନା କରିଥାନ୍ତି ଜଗୁନୀ ସେ କଥା ହେବା ପରେ ରାଜ୍ୟରେ ଉପୁଜିଥିବା ଆଳୁ ସମସ୍ୟାର ସମାଧାନ ହେବ ବୋଲି ଆଶା ରଖିଛନ୍ତି । ତେଣୁ ତାଙ୍କ କଥା ଦିଦି ରଖିବେ ବୋଲି ସେ ଆଶା ରଖିଛନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ