ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନା ପାଇଁ ଆବେଦନ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସୁଭଦ୍ରା ଟଙ୍କା ବାଣ୍ଟିବେ ବୋଲି ଜଣାପଡିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୧୭ ଅର୍ଥାତ୍ ନିଜ ଜନ୍ମଦିନରେ ଓଡ଼ିଶା ଗସ୍ତରେ ଆସିବେ ବୋଲି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ଏହି ସୂଚନା ଦେଇ ସେ କହିଛନ୍ତି, ୧୭ ତାରିଖରେ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସେହି ଦିନ ଏହି ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରାଯିବ। ସୁଭଦ୍ରା ଯୋଜନାର ସମସ୍ତ ସୂଚନା ପାଇଁ ସୋମବାର ‘ସୁଭଦ୍ରା ପୋର୍ଟାଲ’ ଉନ୍ମୋଚନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସୁଭଦ୍ରାର ସମସ୍ତ ସୂଚନା ଏଣିକି ସୁଭଦ୍ରା ପୋର୍ଟାଲରେ ଉପଲବ୍ଧ ହେବ। ସୁଭଦ୍ରା ଯୋଜନା ବିଷୟରେ ଜାଣିବାକୁ ଚାହୁଁଥିଲେ ଜଣେ ହିତାଧୀକାରୀ http://subhadra.odisha.gov.in ଲଗ୍ ଇନ୍ କରି ସବୁକିଛି ସୂଚନା ପାଇପାରିବେ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ