ଭୁବନେଶ୍ୱର: କେରଳ ୱାଏନାଡରୁ ଆସିଛି ଦୁଃଖଦ ଖବର। ଓ୍ବାଏନାଡରେ ହୋଇଥିବା ଭୟଙ୍କର ଭୂସ୍ଖଳନରେ ଜଣେ ଓଡ଼ିଆ ଡାକ୍ତର ନିଖୋଜ ହୋଇ ଯାଇଛନ୍ତି। ନିଖୋଜ ଓଡ଼ିଆ ପୁଅ ଜଣକ ହେଲେ କଟକ ଚୌଦ୍ବାର ହାଉସିଂ ବୋର୍ଡର ଡାକ୍ତର ବିଷ୍ଣୁପ୍ରସାଦ ଚିନାରା। ବିଷ୍ଣୁପ୍ରସାଦ ନିଖୋଜ ନେଇ ସୂଚନା ଦେଇଛନ୍ତି ବାପା ଅମର ଚିନାରା। ପୁଅବୋହୂ ତାଙ୍କ ଦୁଇ ବନ୍ଧୁଙ୍କ ସହ ଜୁଲାଇ ୨୬ରେ କେରଳ ଯାଇଥିଲେ। ଭୂସ୍ଖଳନରେ ପୁଅ ନିଖୋଜ ଥିବା ବୋହୂ ଠାରୁ ଜାଣିବାକୁ ପାଇଥିବା କହିଛନ୍ତି ବିଷ୍ଣୁଙ୍କ ବାପା।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ