March 11, 2026

Utkal Sambad

କେଉଁ ମାନେ ପାଇବେ ସୁଭଦ୍ରା ଯୋଜନା

ଭୁବନେଶ୍ୱର: ସୁଭଦ୍ରା ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କା ପ୍ରଦାନ କରିବାକୁ ପ୍ରତିଶ୍ରୁତି ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ଏହି ଯୋଜନାର ଏସଓପି ଆଣିଛନ୍ତି। ଏହି ଯୋଜନା ଅଧୀନରେ ୨୧ରୁ ୬୦ ବର୍ଷର ମହିଳାଙ୍କୁ ଆର୍ଥିକ ସହାୟତା ମିଳିବ। ଏହି ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ମହିଳା ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ତେବେ ଏହି ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେଉଁମନେ ବାଦ ପଡ଼ିବେ ସେନେଇ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। ଆର୍ଥିକ ସ୍ବଚ୍ଛଳ ବର୍ଗର ମହିଳା ଏହି ଯୋଜନାରୁ ବଞ୍ଚିତ ହେବେ। ସରକାରୀ ଚାକିରି କରୁଥିବା ମହିଳା ଏବଂ ଘରୋଇ କ୍ଷେତ୍ରରେ ଚାକିରି କରୁଥିବା ମହିଳା ପାଇବେନି ସୁଭଦ୍ରା ସହାୟତା। କାରଣ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ସହାୟତା ପାଇବେ ନାହିଁ ବୋଲି ସରକାର ସୂଚନା ଦେଇଛନ୍ତି।