ଭୁବନେଶ୍ୱର: ଓଡ଼ିଶାରେ ଆଳୁ ସଂକଟ ଦୂର ପାଇଁ ସରକାରଙ୍କ ବଡ଼ ପଦକ୍ଷେପ ନେଇଥିବା ସାୂଚନା ଦେଇଛନ୍ତି। ଉତ୍ତରପ୍ରଦେଶରୁ ଟ୍ରେନ୍ରେ ଆଳୁ ଆସିବ ବୋଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ୨ଟି ଟ୍ରେନ୍ରେ ଆଳୁ ଆଣିବାକୁ ସରକାର ଯୋଜନା କରୁଛନ୍ତି। ଏ ନେଇ ରେଲୱେ ମନ୍ତ୍ରୀଙ୍କ ସହ ଯୋଗାଯୋଗ ଚାଲିଛି ବୋଲି ପାତ୍ର କହିଛନ୍ତି। ଏଭଳି ସ୍ଥିତିରେ ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆସୁଥିବା ଶହ ଶହ ଆଳୁ ଟ୍ରକକୁ ଅଟକାଇ ଦେଇଛନ୍ତି । ଏମିତି ହେଲାଣି ଯେ ଖୋଲା ବଜାରରୁ ଆଳୁ ମଧ୍ୟ ଗାଏବ ହୋଇଗଲାଣି । ସୂଚନା ଯୋଗ୍ୟ, ପୂବର୍ବରୁ ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢ଼ୁଥିଲା । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର୫୦ ଟଙ୍କା ଟପିଯାଇଥିଲା । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନଥିଲା। ବାହାର ରାଜ୍ୟରୁ ଆଳୁ ଆମଦାନୀ ହେଉପାରୁ ନ ଥିବାରୁ ଓଡ଼ିଶା ବଜାରରେ ଆଳୁ ସଙ୍କଟ ସୃଷ୍ଟି ହୋଇଥିବା କୁହାଯାଉଛି ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ