ଭୁବନେଶ୍ୱର: ପ୍ରଚାର ପାଇଁ ରାଜକୋଷରୁ ବିପୁଳ ଖର୍ଚ୍ଚ କରିଛନ୍ତି ପୂର୍ବ ବିଜେଡି ସରକାର। ତେବେ ୫ ବର୍ଷରେ ପ୍ରଚାର ପାଇଁ ବିଜେଡି ୪୫୨ କୋଟି ୯୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲା। ଏନେଇ ଗୁରୁବାର ବିଧାନସଭାରେ ଭାଜପା ବିଧାୟକ ଲକ୍ଷ୍ମଣ ବାଗ୍ଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ଉତ୍ତର ରଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ, ବିଜ୍ଞାପନରେ କେବଳ ପାଣ୍ଡିଆନଙ୍କ ଫଟୋ ପାଇଁ ୧୫ କୋଟି ୨୬ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି।ସୂଚନାଯୋଗ୍ୟ, ନିର୍ବାଚନ ପୂର୍ବରୁ ପାଣ୍ଡିଆନ ହେଲିକପ୍ଟର ଯୋଗେ ବିଭିନ୍ନ ଜିଲା ଗସ୍ତ କରିଥିଲେ। ଏଥିଲାଗି ଅନେକ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଛି। ଯାହାକି ସରକାରୀ ଅର୍ଥକୁ ଶ୍ରାଦ୍ଧ କରାଯାଇଥିବା ଭାଜପା ଅଭିଯୋଗ କରିଛି।ଅନ୍ୟପକ୍ଷରେ ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବୀ ରଖିଛନ୍ତି ବାଚସ୍ପତି ସୁରମା ପାଢ଼ୀ। ବିଜେଡିର ମୁଲତବୀ ପ୍ରସ୍ତାବ ଗ୍ରହଣ ନ ହେବାରୁ ଗୃହର ମଧ୍ୟଭାଗକୁ ଆସି ବିଜେଡି ବିଧାୟକମାନେ ହୋ-ହଲ୍ଲା କରିଥିଲେ। ଫଳରେ ବାଚସ୍ପତି ଗୃହକୁ ମଲତବୀ ରଖିଥିଲେ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ