କାଳିମେଳା: ଆନ୍ଧ୍ରପ୍ରଦେଶର ପୋଲାଭରମ ପ୍ରକଳ୍ପ ଦ୍ଵାରା କ୍ଷତିଗ୍ରସ୍ତ ମାଲକାନଗିରି ଜିଲ୍ଲାର ମୋଟୁ ଅଂଚଳ ଗସ୍ତ କରିଛି ସ୍ଥିତି ଅନୁଧ୍ୟାନ କରିଛି ସ୍ବତନ୍ତ୍ର ଅନୁସନ୍ଧାନ ଟିମ। ଏହି ଟିମ ପୂର୍ବତନ କେନ୍ଦ୍ରମନ୍ତ୍ରୀ ବ୍ରଜ ତ୍ରିପାଠୀଙ୍କ ନେତୃତ୍ୱରେ ମୋଟୁ ତହସିଲର ମୋଟୁ, ବିନାୟକପୁର, ଆଲମା, ମୋଟୁର ସଙ୍ଗମସ୍ଥଳ ମୁଗୀ ପଏଣ୍ଟ ଓ ଛତିଶଗଡ଼ ଦ୍ୱାରା ନିର୍ମିତ ସାବେରୀ ସେତୁ ପରିଦର୍ଶନ କରି ଲୋକଙ୍କ ସହିତ ଆଲୋଚନା କରିଥିଲେ। କୌଣସି କ୍ଷୟ କ୍ଷତି ଆକଳନ ନ କରି ଆନ୍ଧ୍ର ସରକାର ପୋଲାଭରମ ପ୍ରକଳ୍ପ ନିର୍ମାଣ କରୁଥିବାରୁ ମୋଟୁର ତଳୁଆ ଅଂଚଳରେ ଥିବା ଗାଁ ଗଣ୍ଡା ସହ ଜଙ୍ଗଲ ଜମି ଓ ଚାଷ ଜମି ବୁଡିଯିବାର ଆଶଙ୍କା ରହିଛି ବୋଲି କହିଛନ୍ତି ପୂର୍ବତନ କେନ୍ଦ୍ର ମନ୍ତ୍ରୀ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ