June 25, 2025

Utkal Sambad

ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର “ଆଭା”

ଭୁବନେଶ୍ବର: ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଆଭା” ଜଣେ ଭିନ୍ନକ୍ଷମ ନାରୀର କାହାଣୀ ଓଡ଼ିଶାର ୧୮ ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି l ଶୋ ଦେଖିବା ପାଇଁ ଆଭାର ପୁରା ଟିମ୍ ସହ ଓଲିଉଡ଼ର ବହୁ ପ୍ରଯୋଜକ, ନିର୍ଦ୍ଦେଶକ ଓ ସିନେ ସମୀକ୍ଷକମାନେ ସମ୍ପୂର୍ଣ୍ଣ ଚଳଚ୍ଚିତ୍ରଟି ଦେଖି ଭୁୟସୀ ପ୍ରଶଂସା କରିଥିଲେ l କଟକ, ଭୁବନେଶ୍ୱର ସମେତ ବାଲେଶ୍ୱର, ଯାଜପୁର, ବ୍ରହ୍ମପୁରରେ ହାଉସଫୁଲ ହେବା ସହ ଦର୍ଶକଙ୍କର ଢେର ପ୍ରଶଂସା ମିଳିଛି l ଆଭା ଏକ ନିପଟ ମଫସଲ ଗାଁର ଗରିବ ପରିବାରର ଜଣେ ଶାରୀରିକ ଭିନ୍ନକ୍ଷମ ଝିଅ l ଭିନ୍ନକ୍ଷମ ହେଲେ ମଧ୍ୟ କେମିତି ଜୀବନ ଶୈଳୀରେ ବଞ୍ଚିବାକୁ ହେବ ଯାହା ସମାଜକୁ ଏକ ପ୍ରକାର ଶିକ୍ଷା ମିଳିଛି ତାହାରି ଉପରେ ଆଧାରିତ ଚଳଚ୍ଚିତ୍ର ଆଭା l ଏହି ଚଳଚ୍ଚିତ୍ରର ପ୍ରଯୋଜନା କରିଛନ୍ତି ପ୍ରବୀର ମହାପାତ୍ର l କାହାଣୀ ଓ ଚିତ୍ରନାଟ୍ୟ ଏବଂ ନିର୍ଦ୍ଦେଶନା ଦାୟିତ୍ୱ ରେ ଅଛନ୍ତି ପଲ୍ଲଵ ରୟ l ସଂଳାପ ଲେଖିଛନ୍ତି ବିଶିଷ୍ଟ ଗୀତିକାର ମୋହିତ ଚକ୍ରବର୍ତ୍ତୀ l ଚିତ୍ରୋତ୍ତଳନରେ ଚିତ୍ତରଞ୍ଜନ ବିଶ୍ୱାଳ, ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଜୁମଦାର l କାର୍ଯ୍ୟକାରୀ ପ୍ରଯୋଜକ ଅଛନ୍ତି ସତ୍ୟ ପ୍ରକାଶ ସାହୁ l