ଭୁବନେଶ୍ୱର: ବଙ୍ଗୋପସାଗରରେ ଗୁରୁବାର ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡଘଡ଼ି ସହ ବର୍ଷା ହେବା ନେଇ ୧୦ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍ ମାସ ପହିଲାରୁ ଆଜି ସୁଦ୍ଧା ରାଜ୍ୟରେ ୧୨ ପ୍ରତିଶତ କମ୍ ବର୍ଷା ହୋଇଛି । ଏହି ସମୟ ମଧ୍ୟରେ ୧୨ଟି ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ଜଣାପଡିଛି । ଏହାର ପ୍ରଭାବରେ ଦକ୍ଷିଣ, ଉପକୂଳ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଆସନ୍ତା ୮ ତାରିଖ ରବିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ