ଭୁବନେଶ୍ୱର: ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ପାଶ୍ୱର୍ବର୍ତ୍ତୀ ଅଞ୍ଚଳ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ,ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨ରୁ ୩ ଦିନ ମଧ୍ୟରେ ଅବପାତରେ ପରିଣତ ହେବ ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୨୧ଟି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି । ଅପରପକ୍ଷରେ, ରାଜ୍ୟରେ ନିଅଣ୍ଟିଆ ବର୍ଷା ସ୍ଥିତି ଜାରି ରହିଛି । ଗତ ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ସ୍ୱାଭାବିକ ବର୍ଷାଠାରୁ ୧୨ ପ୍ରତିଶତ କମ୍ ବର୍ଷା ରେକର୍ଡ ହୋଇଛି ।

More Stories
କଂଗ୍ରେସ-ବିଜେଡି ଛାଡି ବିଜେପିରେ ମିଶିଲେ ଏକାଧିକ କର୍ମୀ
ଓଡ଼ିଶାର ପ୍ରଥମ ‘ବୋଇଂ ସୁକନ୍ୟା ଷ୍ଟେମ୍ ଲ୍ୟାବ୍’ର ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଶଙ୍ଖ ଭବନ ଘେରିଲେ ଅରବିନ୍ଦଙ୍କ ସମର୍ଥକ