ସମ୍ବଲପୁର: ରବିବାର ହୀରାକୁଦ ଡ୍ୟାମର ଆଉ ୪ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ମୋଟ ୧୦ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି। ହେଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ବନ୍ୟା ପରିସ୍ଥିତି ଉପୁଜି ନାହିଁ । ନଦୀ ଗୁଡ଼ିକ ବିପଦ ସଂକେତ ତଳେ ପ୍ରବାହିତ ହେଉଥିବା ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି ସୂଚନା ଦେଇଛନ୍ତି।
ରବିବାର ସକାଳ ସୁଦ୍ଧା ବୈତରଣୀ, ବୁଢ଼ାବଳଙ୍ଗ ଅପ୍ ଟ୍ରେଣ୍ଡରେ ପାଣି ପ୍ରବାହିତ ହେଉଥିଲେ ମଧ୍ୟ ବିପଦ ସଂକେତ ତଳେ ରହିଥିବା ସର୍ବୋଚ୍ଚ ଯନ୍ତ୍ରୀ ପ୍ରକାଶ କରିଛନ୍ତି। ହୀରାକୁଦରେ ୬ଟି ଗେଟ ଖୋଲା ଥିଲା । ମହାନଦୀର ଉପର ମୁଣ୍ଡରେ ବର୍ଷା ହୋଇଛି। ଫଳରେ ଅଧିକ ଜଳ ଡ୍ୟାମ୍କୁ ପଶୁଛି। ତେଣୁ ଆହୁରି ୮ଟି ଗେଟ ଖୋଲିବାକୁ ନିଷ୍ପତ୍ତି ହୋଇଥିବା ସର୍ବୋଚ୍ଚ ଯନ୍ତ୍ରୀ କହିଛନ୍ତି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ