ଭୁବନେଶ୍ୱର:ବଙ୍ଗୋପସାଗରରେ ଆଉଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୬ ଜିଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହି ଜିଲାଗୁଡ଼ିକ ହେଲା କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼। ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ଆକଳନ କରାଯାଉଛି । ବର୍ଷା ପାଇଁ ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି ।
ଅନ୍ୟପକ୍ଷେ ରାଜ୍ୟରେ ଶନିବାରଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର କହିଛି । ପୁଣି ୬ ତାରିଖରୁ ବର୍ଷାର ପରିମାଣ ବଢିବ। ମହାନଦୀ ଉପର ମୁଣ୍ଡରେ ପ୍ରବଳ ବର୍ଷା ହେବ । ପୁଣି ବିଭିନ୍ନ ନଦୀର ଜଳସ୍ତର ଫୁଲିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
More Stories
ଷଷ୍ଟ ଦିନରେ ଗଣିଆ ତହସିଲ ଅଫିସ ଆଗରେ ଅମଲା ସଙ୍ଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ
ସ୍ୱାଧୀନତା ଦିବସରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ
ଗଣିଆ ବ୍ଲକର ବିଭିନ୍ନ ସ୍ଥାନରେ 79ତମ ସ୍ୱାଧୀନତା ଦିବସ ପାଳିତ